Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ

9/12/2021 at 6:32 PM

ନୂଆଦିଲ୍ଲୀ ୦୯/୧୨ : ଭାରତର ପ୍ରଥମ ସି.ଡି.ଏସ. (ତିନିସେନାର ପ୍ରତିରକ୍ଷା ମୁଖ୍ୟ) ଜେନେରାଲ ବିପିନ ରାୱତ ସହ ତାଙ୍କ ପତ୍ନୀଙ୍କ ସମେତ ୧୩ ଜଣ ଅଧିକାରୀଙ୍କ ମୃତଦେହକୁ ଆଜି ନୂଆଦିଲ୍ଲୀ ଅଣାଯାଉଛି। ସମସ୍ତ ୧୩ଟି ମୃତଦେହକୁ ଭାରତୀୟ ବାୟୁ ସେନାର (C-130J) ହରକ୍ୟୁଲେସ ପରିବହନ ବିମାନରେ ସୁଲ୍ଲୁରରୁ ଦିଲ୍ଲୀକୁ ଅଣାଯାଉଛି। ବିମାନ ରାତି ୮ଟା ସମୟରେ ନୂଆଦିଲ୍ଲୀରେ ପହଞ୍ଚିବ। ଭାରତୀୟ ବାୟୁସେନା ମୁଖ୍ୟ ବିବେକ ରାମ ଚୌଧୁରୀ ଏଥିପାଇଁ ପ୍ରଥମରୁ ଦିଲ୍ଲୀରେ ପହଞ୍ଚି ସାରିଛନ୍ତି।

ବିଭାଗୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଜେନେରାଲ ରାୱତ ଓ ତାଙ୍କ ପତ୍ନୀ, ବ୍ରିଗେଡିୟର ଏଲ.ଏସ. ଲିଦ୍ଦରଙ୍କ ସହିତ ଅନ୍ୟ ଚାରିଜଣ ଯବାନଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣେ ଓଡ଼ିଆ ଯବାନ ଥିବା ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପ୍ରତିରକ୍ଷା ରାଜ୍ୟମନ୍ତ୍ରୀ ଅଜୟ ଭଟ୍ଟ, ଓ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ପାଲମ ବିମାନ ବନ୍ଦରରେ ରାୱତ ଓ ଅନ୍ୟ ୧୨ଜଣଙ୍କ ମର ଶରୀରକୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବେ।

ପ୍ରକାଶଯୋଗ୍ୟ ତାମିଲନାଡ଼ୁର କୁନ୍ନୁର ଜିଲ୍ଲାରେ ଗତକାଲି ଅର୍ଥାତ ଡିସେମ୍ବର ୮ ତାରିଖରେ ଏକ ଭାରତୀୟ ସେନାର ହେଲିକେପ୍ଟର ଦୁର୍ଘଟଣାରେ ତିନିସେନାର ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାୱତଙ୍କ ସହ ତାଙ୍କ ପତ୍ନୀ ଏବଂ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ପ୍ରାଣହାନୀ ଘଟିଥିଲା।

   Related Posts