Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ୍‌’

26/06/2020 at 2:27 PM

ଭୁବନେଶ୍ବର୨୬/୬: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ ଦେଇଛନ୍ତି।  ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ବିଭିନ୍ନ ବିପର୍ଯ୍ୟୟରେ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା ପାଇଁ ରାଜ୍ୟ ସରକାର ଅନେକ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିଆସିଛନ୍ତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ। ସେ କହିଥିଲେ ଯେ ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ଆମର ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି ।

ରାଜ୍ୟ ପ୍ରଶାସନକୁ ଅଭିଜ୍ଞତା ପ୍ରସୂତ SOP (Standard Operating Procedure) ପାଳନ ସହ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ  ପରାମର୍ଶ ଦେଇଛନ୍ତି। ଗୋଷ୍ଠୀଭିତ୍ତିକ ପ୍ରସ୍ତୁତି କାର୍ଯ୍ୟକ୍ରମକୁ ସଂସ୍ଥାଗତ ଢାଞ୍ଚା ପ୍ରଦାନ କରିବାରେ ଓଡିଶା ସର୍ବାଗ୍ରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଗୋଷ୍ଠୀଭିତ୍ତିକ ପରିଚାଳନାରେ ଆମର ଅଭିଜ୍ଞତା କୋଭିଡ୍‌ ପରିଚାଳନାରେ ମଧ୍ୟ ବହୁ ପରିମାଣରେ ଉପାଦେୟ ହୋଇପାରିଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ୩ ମାସ ଧରି କୋଭିଡ ୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡିଶା ଆଜି ଏ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି । ଏହି ଅବସରରେ କୋଭିଡ ମୁକାବିଲାରେ ଜନସାଧାରଣଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ ।

ସମ୍ଭାବ୍ୟ ବାତ୍ୟା ଓ ବନ୍ୟାର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ସଂପର୍କରେ ବୈଠକରେ ସୂଚନା ଦିଆଯାଇଥିଲା । ଜୁନ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ପ୍ରତି ଜିଲ୍ଲା ସଦର ମହକୁମାରେ ନିୟନ୍ତ୍ରଣ କକ୍ଷ ଖୋଲା ଯାଇଥିବା ବେଳେ ଟେଲି ଯୋଗାଯୋଗ ସୁବିଧା ନ ଥିବା ବନ୍ୟାପ୍ରବଣ ଅଞ୍ଚଳରେ ୧୫ଟି ଅସ୍ଥାୟୀ ଭି.ଏଚ୍‌.ଏଫ କେନ୍ଦ୍ର ସ୍ଥାପନ ପାଇଁ ପଦକ୍ଷେପ ନିଆଯାଇଛି ।

   Related Posts