ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦାବି କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | September 25, 2020 IST

ଭୁବନେଶ୍ବର୨୫/୯: କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଅନୁରୋଧ କରିଛନ୍ତି । ସେପ୍ଟେମ୍ବର ୨ ତାରିଖରେ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏନେଇ ନିଷ୍ପତ୍ତି ହୋଇଥିଲା । ବହୁ ବର୍ଷଧରି ଥିବା ଓଡିଆଙ୍କ ସ୍ୱପ୍ନକୁ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ଓଡିଶୀ ସଙ୍ଗୀତ ୨ ହଜାର ବର୍ଷର ପୁରୁଣା ପରମ୍ପରା । ଏହା ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକ ସଙ୍ଗୀତଠାରୁ ସମ୍ପୂର୍ଣ୍ଣ ଭିନ୍ନ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.