Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ଅସହାୟ ପରିବାରକୁ ସହାୟତାର ହାତ ବଢ଼ାଇଲେ ମୁଖ୍ୟମନ୍ତ୍ରୀ…

12/11/2020 at 7:37 PM

ଭୁବନେଶ୍ବର୧୨/୧୧: ଅସହାୟ ପରିବାରକୁ ସହାୟତାର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଜିଲ୍ଲା କାକୁଡ଼ିଆପଡା ଗ୍ରାମର ରମେଶ ବୈଶାଖ ଜଣେ ଡ୍ରାଇଭର। ଦୁଇ ମାସ ପୂର୍ବେ ହୃଦଘାତରେ ମୃତ୍ୟୁ ବରଣ କରିଥିଲେ। ରମେଶଙ୍କ ଦେହାନ୍ତ ପରେ ତାଙ୍କ ବିଧବା ପତ୍ନୀ ନିରୂପମା ତିନି ଝିଅଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଥିଲେ। ପରିବାର ଚଳାଇବା ପାଇଁ ଘର ଘର ବୁଲି କାମ କରୁଥିଲେ।

ବିଭିନ୍ନ ସ୍ଥାନରେ ତାଙ୍କୁ ନିରାଶ ହେବାକୁ ପଡିଛି। ଏଭଳି ପରିସ୍ଥିତିରେ ବାଧ୍ୟ ହୋଇ ଆତ୍ମହତ୍ୟା କରିବାକୁ ମନ ବଳାଇଥିଲେ। ଗତ କିଛି ଦିନ ହେଲା ଭୁବନେଶ୍ୱର ଆସି ପିଲାଛୁଆଙ୍କ ସହ ବସ୍ତିରେ ଆଶ୍ରୟ ନେଇଥିଲେ ନିରୂପମା। ଏଭଳି ଖବର ମୁଖ୍ୟମନ୍ତ୍ରୀଙ୍କ ନଜରକୁ ଆସିବା ପରେ ତୁରନ୍ତ ସେ ସହାୟତାର ହାତ ବଢ଼ାଇଛନ୍ତି। ନିରୂପମାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହ ଦୁଇ ଝିଅଙ୍କୁ ଅରଫାନଏଜ ହୋମରେ ରଖିବାର ବନ୍ଦୋବସ୍ତ କରିବାକୁ ନିର୍ଦେଶ ଦେଇଛନ୍ତି।

ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ କ୍ୱାଟରରେ ରାଜ୍ୟ ଭିନ୍ନକ୍ଷମ ଆୟୋଗ ଆୟୁକ୍ତ ସୁଲୋଚନା ଦାସଙ୍କ ଉପସ୍ଥିତିରେ ନିରୂପମାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଉଭୟ ଝିଅଙ୍କ ପାଠପଢା ଦାୟିତ୍ୱ ମଧ୍ୟ ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହାୟତା ଯୋଗୁଁ ତାଙ୍କ ପରିବାର ବଞ୍ଚି ଯାଇଥିବା ବେଳେ ପିଲାଙ୍କ ଭବିଷ୍ୟତ ଚିନ୍ତା ଦୂର ହୋଇପାରିଥିବା କହିଛନ୍ତି ନିରୂପମା। ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

   Related Posts