ମଣିତାରା ପଞ୍ଚାୟତର ସରପଞ୍ଚଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 11, 2020 IST

ବହ୍ମପୁର୧୧/୫: କରୋନା ମୁକାବିଲା ପାଇଁ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲ୍ଲାପାଳଙ୍କ କ୍ଷମତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତେଣୁ ପଞ୍ଚାୟତ ସ୍ତରରେ କିପରି କରୋନା ସଂକ୍ରମିତଙ୍କ ଚିକିତ୍ସା ହେବ, ସେନେଇ ସରପଞ୍ଚମାନେ ଅଧିକ କ୍ରିୟାଶୀଳ ହୋଇଛନ୍ତି। ସେହିପରି ଗଞ୍ଜାମ ଜିଲ୍ଲା ମଣିତାରା ପଞ୍ଚାୟତ ସରପଞ୍ଚ ଶାନ୍ତିଲତା ନାୟକଙ୍କ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ଟ୍ବିଟ୍ କରି ଶାନ୍ତିଲତାଙ୍କୁ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ମଣିତାରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ ପଦକ୍ଷେପ ଅତ୍ୟନ୍ତ ପ୍ରଶଂସନୀୟ।

{"id":268333,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.