Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

28/12/2020 at 3:13 PM

ଭୁବନେଶ୍ବର୨୮/୧୨: କଂଗ୍ରେସ ବିଧାୟକ ଦଳର ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଅସୁସ୍ଥ ହୋଇ  ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନରସିଂହ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଟ୍ବିଟ୍‌ରେ ଲେଖିଛନ୍ତି ଯେ, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ତାଙ୍କ ପରିବାର ସଦସ୍ୟଙ୍କଠୁ ପଚାରି ବୁଝିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ତାଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ସୋମବାର ବିଭିନ୍ନ ସମସ୍ୟା ନେଇ କଂଗ୍ରେସ ସିବିଆଇ ଅଫିସ୍ ଘେରାଉ କରିଥିଲା। ଏହି ଆନ୍ଦୋଳନରେ କଂଗ୍ରେସର ବିଧାୟକ ଦଳର ନେତା ତଥା ବଲାଙ୍ଗୀରର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଥିଲେ। ସେ ଭାଷଣା ଦେବା ସମୟରେ ​ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ସେଠାରେ ଥିବା ଅନ୍ୟ କଂଗ୍ରେସ କର୍ମୀମାନେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନ ସୁଦ୍ଧା ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ କୌଣସି ସୂଚନା ମିଳି ପାରି ନାହିଁ।​‌

   Related Posts