ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର: ମାଟ୍ରିକ ପରୀକ୍ଷା ଫି' ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | January 12, 2021 IST

 ଭୁବନେଶ୍ବର୧୨/୧: ଛାଡ଼ ହେବ ମାଟ୍ରିକ ପରୀକ୍ଷା ଫି। ଏ ନେଇ ମୁଖ୍ୟମନ୍ତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୬ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ର ଉପକୃତ ହେବେ। ଏ ବାବଦରେ ୨୭ କୋଟି ବ୍ୟୟ ଭାର ବହନ କରିବେ ସରକାର। କରୋନା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି। ଛାତ୍ର ସମାଜର ବୃହତର ସ୍ବାଥକୁ ଦୃଷ୍ଟିରେ ରଖି ଚଳିତ ବର୍ଷ  ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫି ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।  ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟ ଭାର ବହନ କରିବେ। 

ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫି ଦେବାକୁ ପଡିଥାଏ। କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି। ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି  ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.