Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
  • ||
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||

କରୋନା ମୁକାବିଲା ପାଇଁ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫୦ ହଜାର ଟଙ୍କା ଦେଲେ ସରପଞ୍ଚ

8/04/2020 at 6:15 PM

ଦଶରଥପୁର୮/୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କଲେ ସରପଞ୍ଚ ଶିଶିର ଧଳ। ଯାଜପୁର ଜିଲ୍ଲାପାଳ ଶ୍ରୀ ରଞ୍ଜନ କୁମାର ଦାସଙ୍କ ଉପସ୍ଥିତିରେ ଶ୍ରୀ ଧଳ କରୋନା ମୁକାବିଲା ପାଇଁ ସହାୟତା ରାଶି ପ୍ରଦାନ କରିଛନ୍ତି। ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତର ସରପଞ୍ଚ ଶ୍ରୀ ଧଳଙ୍କ ଏଭଳି କାର୍ଯ୍ୟକୁ ପଞ୍ଚାୟତବାସୀ ଭୁରି ଭୁରି ପ୍ରଶଂସା କରିଛନ୍ତି। କେବଳ ସେତିକି ନୁହେଁ। ଏହା ପୂର୍ବରୁ ମଙ୍ଗଳପୁର ଅଞ୍ଚଳର ଅସହାୟ ଓ ଭୋକିଲା ଜୀବଜନ୍ତୁଙ୍କୁ ଶ୍ରୀ ଧଳ ଖାଦ୍ୟ ବଣ୍ଟନ କରିଛନ୍ତି। ଚଳିତ ପଞ୍ଚାୟତ ନିର୍ବାଚନରେ ଶ୍ରୀ ଧଳ ନୂଆ କରି ନିର୍ବାଚିତ ହୋଇଥିଲେ। ମଙ୍ଗଳପୁର ଅଞ୍ଚଳର କିଛି ସମାଜ ସେବୀଙ୍କ କାନ୍ଧରେ କାନ୍ଧ ମିଳାଇ ଶ୍ରୀ ଧଳ ସବୁ ବିପର୍ଯ୍ୟସ୍ତ ପରିସ୍ଥିତିରେ ଲୋକମାନଙ୍କୁ ସାହାଯ୍ୟ କରିଛନ୍ତି।  

କରୋନା ପ୍ରକୋପରେ ସାରା ବିଶ୍ବ ଆତଙ୍କିତ। ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଇବାର ଲାଗିଛି। କରୋନା ବିରୋଧରେ ରାଜ୍ୟବାସୀ ଏକଜୁଟ ହୋଇ ଲଢ଼େଇ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ସେଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଅପିଲ୍ କରିଛନ୍ତି।

   Related Posts