Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ମହଙ୍ଗା ପଡିଲା ଫେସ୍‌ବୁକ୍‌ ପ୍ରେମ: ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସଂପର୍କ, ଶେଷରେ ଖୋଲିଗଲା ଡାକ୍ତରଙ୍କ ଅସଲ ମୁଖା

3/10/2020 at 8:21 PM

ବ୍ରହ୍ମପୁର୩/୧୦: ସୋସିଆଲ୍ ମିଡିଆରେ ପ୍ରେମ, ପରେ ସେକ୍ସ୍ ଆଉ ତାପରେ ଧୋକ୍କା। ଡାକ୍ତରଙ୍କ ବିରୋଧରେ ଏଭଳି ସଂଗୀନ ଆସିଛି। ଖାଲି ଅଭିଯୋଗ ନୁହେଁ ତ, ଏହି ଅଭିଯୋଗରେ ଡାକ୍ତର ମଧ୍ୟ ଗିରଫ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଡାକ୍ତର ତପନ କୁମାର ଶତପଥୀ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଭାବେ କାର୍ଯ୍ୟରତ ଅଛନ୍ତି। ଗତକିଛି ବର୍ଷ ହେଲା, ଫେସ୍‌ବୁକରେ ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ସଂପର୍କ ଗଢ଼ି ଉଠିଥିଲା। ଧୀରେ ଧୀରେ ଉଭୟଙ୍କ ମଧ୍ୟରେ ସଂପର୍କ ନିବିଡ ହୋଇଥିଲା। ଏପରି କି ଡାକ୍ତର ଜନୈକ ଯୁବତୀଙ୍କୁ ବିବାହ କରିବେ ବୋଲି ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। ପରେ ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରୀରିକ ସଂପର୍କ ରଖିଥିଲେ ବୋଲି ପୀଡିତା ଅଭିଯୋଗ କରିଛନ୍ତି।

ଆଶ୍ଚର୍ଯ୍ୟକର କଥା ହେଲା ୨୦୧୯ ମସିହାରେ ଡାକ୍ତର ବିବାହ କରିଥିଲେ। ତାଙ୍କ ବିବାହର ବର୍ଷେ ପରେ ବି ସେ ଅନ୍ୟ ଯୁବତୀଙ୍କ ସହ ଶାରିରୀକ ସଂପର୍କ ରଖିଥିଲେ। ୨୦୨୦ ମସିହା ପରଠାରୁ ଡାକ୍ତର ତାଙ୍କ ପ୍ରେମିକାଙ୍କ ସହ ସମ୍ପର୍କ ଛିନ୍ନ କରିଥିଲେ। ଡାକ୍ତର ବିବାହ କରିଥିବା ପରେ ଯୁବତୀ ଜଣଙ୍କ ଜାଣିପାରିଥିଲେ। ଏହାପରେ ବ୍ରହ୍ମପୁର ମହିଳା ଥାନାର ଦ୍ବାରସ୍ଥ ହୋଇଥିଲେ ପୀଡିତା। ପୀଡିତାଙ୍କ ଅଭିଯୋଗ ଆଧାରରେ ମହିଳା ପୋଲିସ୍ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରିଥିବା ବ୍ରହ୍ମପୁର ଏସ୍.ପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

   Related Posts