LIVE TV

ଆସନ୍ତା ୭ରେ ପ୍ରଚାର ମୈଦାନକୁ ଓହ୍ଲାଇଲେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ, ଘାସିରାମ ମାଝୀଙ୍କ ପାଇଁ ପ୍ରଚାର କରିବେ ରେବନ୍ତ

NEWS7
the-elder-brother-is-seriously-injured-in-the-younger-brothers-attack

ନୂଆପଡ଼ା ୨୧୧: ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୀତି ସରଗରମ । ନୂଆପଡ଼ାରେ ଧିରେ ଧିରେ ଜମିଲାଣି ପ୍ରଚାର । ତିନି ପ୍ରମୁଖ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ପ୍ରଚାରକୁ ଜୋରଦାର କରିସାରିଲେଣି । ତେବେ ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଭୋଟ୍ ମାଗିବେ ବୋଲି ସ୍ପଷ୍ଟ କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ତେବେ ଆସନ୍ତା ୭ ତାରିଖରେ ରେବନ୍ତ ରେଡ୍ଡୀ ସାଲେଭଟାରେ ବିଶାଳ ସମାବେଶ କରି ନୂଆପଡ଼ା ଭୋଟରଙ୍କୁ ଭୋଟ୍ ମାଗିବେ ।

ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉପନିର୍ବାଚନ ଫଳାଫଳ ନଭେମ୍ବର ୧୪ ତାରିଖରେ ପ୍ରକାଶ ପାଇବ । ବିଜେଡିର ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଉପନିର୍ବାଚନ ପାଇଁ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ମୈଦାନରେ ଓହ୍ଲାଇଛି । ​​​​​​​