Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ବାଲେଶ୍ବରରେ ପହଞ୍ଚିଗଲା କରୋନା, ପ୍ରଥମ ସଂକ୍ରମିତ ଚିହ୍ନଟ: ଟ୍ରାଭେଲ୍ ହିଷ୍ଟ୍ରିକୁ ଅପେକ୍ଷା

18/04/2020 at 6:54 PM

ବାଲେଶ୍ବର୧୮/୪: ବାଲେଶ୍ବର ଜିଲ୍ଲାରେ ପ୍ରଥମ କରୋନା ସଂକ୍ରମିତ। କୋଭିଡ-୧୯ ପଜିଟିଭ୍ ଚିହ୍ନଟ ବ୍ୟକ୍ତିଙ୍କର ବୟସ ୫୮ ବର୍ଷ। ତାଙ୍କୁ ମିଶାଇ ଏବେ ରାଜ୍ୟରେ କୋଭିଡ୍-୧୯ ପଜିଟିଭ୍‌ଙ୍କ ସଂଖ୍ୟା ୬୧ ରେ ପହଞ୍ଚିଛି। ଏହି ବ୍ୟକ୍ତିଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଜିଲ୍ଲା ପ୍ରଶାସନ ପକ୍ଷରୁ ୬୧ ତମ କରୋନା ସଂକ୍ରମିତଙ୍କ ଟ୍ରାଭେଲ ହିଷ୍ଟ୍ରି ଯାଞ୍ଚ ସହ ସେ କାହା କାହା ସଂସ୍ପର୍ଶରେ ଆସିଛନ୍ତି, ତାର ଛାନଭିନ୍‌ ଜାରି ରହିଛି।

ଅନ୍ୟପଟେ ରାଜ୍ୟରେ ଶନିବାର ତିନିଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ପୁଣି ଆକ୍ରାନ୍ତ ସଂଖ୍ୟାରେ ଆଉ ଜଣେ ଯୋଡି ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଏଯାବତ୍‌ ୩୬ ଜଣ  କରୋନା ସଂକ୍ରମିତ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ ମୋଟ୍ ୬୧ ଜଣଙ୍କ ମଧ୍ୟରୁ ୨୪ ଜଣ ସୁସ୍ଥ ହୋଇଥିବା ବେଳେ ଜଣେ ୭୦ ବର୍ଷୀୟ ବୃଦ୍ଧଙ୍କର କରୋନା ଜନିତ ମୃ୍ତ୍ୟୁ ଘଟିଛି। ବାଲେଶ୍ବରରେ ପ୍ରଥମ କରୋନା ସଂକ୍ରମିତଙ୍କ ଟ୍ରାଭେଲ୍ ହିଷ୍ଟ୍ରି ଆସିବା ପରେ ସ୍ପଷ୍ଟ ହେବ ଯେ, ଏହି ବ୍ୟକ୍ତି ଜଣଙ୍କ କାହା କାହା ସଂସ୍ପର୍ଶରେ ଆସିଥିଲେ।

   Related Posts