Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଗାଁ ଗାଁ ବୁଲି କରୋନା ସଚେତନତାର ବାର୍ତ୍ତା ବାଣ୍ଟିଲେ ଗଞ୍ଜାମ ଜିଲ୍ଲାପାଳ

5/11/2020 at 7:29 PM

ଆସିକା ୫/୧୧: ଆଗକୁ ଶୀତ ବଢିବା ସହିତ କରୋନା ବଢାଇପାରେ ଭୟର ବାତାବରଣ। ଏ ନେଇ ଆଜି ଆସିକା ଗସ୍ତ କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ। ଆସିକାର ବିଭିନ୍ନ ସାହି ଓ ବସ୍ତି ଅଞ୍ଚଳରେ ପହଞ୍ଚି କରୋନା ସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସହ ଆଗାମୀ ଦିନରେ କରୋନାକୁ ନେଇ ସଚେତନ ରହିବା ନିମନ୍ତେ ପରାମର୍ଶ ଦେଲେ ଜିଲ୍ଲାପାଳ ଶ୍ରୀ ବିଜୟ ଅମୃତ କୁଲାଙ୍ଗେ।

ସାମାଜିକ ଦୂରତା ବଜାୟ ରଖିବା ସହିତ ମାସ୍କ ପରିଧାନ କରିବା ନିମନ୍ତେ ଭୁଲନ୍ତୁ ନାହିଁ ବୋଲି କହିଛନ୍ତି ଜିଲ୍ଲାପାଳ। ଆସିକା ପଞ୍ଚାୟତ ସମିତି ସଭାଗୃହରେ ଏକ ଜରୁରୀ ବୈଠକ ଡକାଇ ସରପଞ୍ଚ, ସମିତି ସଭ୍ୟ ଓ ବ୍ଳକ୍ କର୍ମଚାରୀ ମାନଙ୍କୁ ଏ ସମ୍ପର୍କରେ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି । ଉକ୍ତ ଅବସରରେ ଉପଜିଲ୍ଲାପାଳ, ଆସିକା ତହସିଲଦାର, ବିଡିଓ, ଏନ୍ ଏ ସି କାର୍ଯ୍ୟନିର୍ବାହୀ ଅଧିକାରୀ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

   Related Posts