Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଲକଡାଉନ୍ ନିୟମକୁ କଡାକଡି କଲା ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ

3/04/2020 at 5:42 PM

ଖୋର୍ଦ୍ଧା୩/୪: କରୋନା ମୁକାବିଲା  ନେଇ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଲକ୍ ଡାଉନ୍ ସମୟରେ ଆଇନକୁ କଡାକଡି କରାଯିବ। ଶୁକ୍ରବାର ଖୋର୍ଦ୍ଧା ଉପଖଣ୍ଡରେ ଥିବା ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯଥା ପନିପରିବା , ଫଳ, ମସଲା, ମାଛ ଓ ମାଂସ ଦୋକାନ ଗୁଡିକ ସକାଳ ୭ ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ ।

ସେହିପରି କେବଳ କ୍ଷୀର ଦୋକାନ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଏବଂ ସନ୍ଧ୍ୟା ୫ ଟାରୁ ୭ଟା ପର୍ଯ୍ୟନ୍ତ ଖୋଲା ରହିବ। ଅନ୍ୟ କୌଣସି ସମୟରେ ଏହି ଦୋକାନ ଗୁଡିକ ବନ୍ଦ ରହିବ। ଔଷଧ ଦୋକାନ ଗୁଡିକ ସବୁ ସମୟରେ ଖୋଲା ରହିବ। ଏ ନେଇ ଖୋର୍ଦ୍ଧା ଉପଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନୋଟିସ ଜାରି କରାଯାଇଛି।

ଲକ୍‌ଡାଉନ ସମୟରେ ବିନା କାରଣରେ ଘରୁ ବାହାରକୁ ବାହାରିଲେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏ ନେଇ ଜନସାଧାରଣଙ୍କୁ ଚେତାବନୀ ଦିଆଯାଇଛି। ଏହା ସହିତ ଅତ୍ୟାବଶ୍ୟକୀୟ ସାମଗ୍ରୀ ପାଇଁ ଘର ପାଖରେ ଥିବା ଦୋକାନକୁ ଲୋକେ ଚାଲିକି ଯିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି ।

   Related Posts