Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

କୋଲକାତାରୁ ଫେରିଥିଲେ କୋରାପୁଟର ପ୍ରଥମ କରୋନା ପଜିଟିଭ୍

27/04/2020 at 4:09 PM

କୋଲକାତା, ୨୭|୦୪: ଏବେସୁ୍ଦ୍ଧା ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୦ରେ ପହଁଚିଛି । ସୋମବାର ସକାଳେ ୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।  ଏହି ୨ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାର ଜଣେ ହୋଇଥିବା ବେଳେ ଆଉଜଣେ କୋରାପୁଟ ଜିଲ୍ଲାର ଅଟନ୍ତି ।

କୋରାପୁଟ ଜିଲ୍ଲାରେ ପ୍ରଥମ ଥର ପାଇଁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାର  ଦଶମନ୍ତପୁର ବ୍ଲକର  ଏହି ସଂକ୍ରମିତ ଜଣଙ୍କ ଜଣେ ଷ୍ଟାଫ୍ ନର୍ସ । ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ଅନୁସାରେ ଡ୍ୟୁଟିରେ ଯୋଗଦେବାକୁ ସେ ଗତ ୧୪ ତାରିଖରେ କୋଲକାତାରୁ ଫେରିଥିଲେ । କିନ୍ତୁ ଫେରିବା ପରେ ସେ କ୍ୱାରେଣ୍ଟାଇନରେ ରହିଥିଲେ । ଟ୍ରାଭେଲ୍ ହିଷ୍ଟ୍ରୀ ପାଇଁ ତାଙ୍କର କରୋନା ଟେଷ୍ଟ୍ କରାଯାଇଥିଲା । ଯାହା ପଜିଟିଭ୍ ଆସିଥିଲା ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ କେବଳ ବାଲେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ କୁ ବୃଦ୍ଧି ପାଇଛି । ସେହିପରି ଏହି ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦କୁ ବୃଦ୍ଧି ପାଇଛି ।

   Related Posts