Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ରାଜ୍ୟରେ ଜୁନ ୧୭ ଯାଏଁ ବଢିଲା ଲକ୍‌ଡାଉନ୍‌, ସପ୍ତାହାନ୍ତ ସଟଡାଉନ୍ ବଳବତ୍ତର

30/05/2021 at 6:30 PM

ଭୁବନେଶ୍ଵର ୩୦।୦୫: ଯାହା ଆଶଙ୍କା କରାଯାଉଥିଲା ତାହା ହେଲା। ଦୁଇଟି ଲକ୍‌ଡାଉନ୍ ସତ୍ତ୍ଵେ ବି ରାଜ୍ୟରେ ଆଶା ଅନୁଯାୟୀ ସଂକ୍ରମଣ ନକମିବାରୁ ରାଜ୍ୟ ସରକାର ପୁଣି ଥରେ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିଛନ୍ତି। ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍‌ ଅବଧି ଜୁନ ୧୭ ସକାଳ ୫ଟା ଯାଏଁ ବଢା ଯାଇଛି। ଏଥିସହ ସପ୍ତାହାନ୍ତ ସଟ୍‌ଡାଉନ୍‌ ଜାରି ରହିବ। ସଟ୍‌ଡାଉନ୍‌ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ଯାଏଁ ଜାରି ରହିବ। ଏ ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ରବିବାର ଘୋଷଣା କରିଛନ୍ତି।

ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ୧୬ ଦିନ ଅର୍ଥାତ ଜୁନ ୧୭ ସକାଳ ୬ଟା ଯାଏଁ ଲକ୍‌ଡାଉନ୍‌ ଅବଧି ଲାଗୁ କରାଯାଇଛି। ହେଲେ ଲକ୍‌ଡାଉନ୍ ସମୟରେ ଟିକାକରଣ ସହ ଜରୁରୀକାଳୀନ ସେବା ଜାରି ରହିବ। ସପ୍ତାହାନ୍ତ ସଟ୍‌ଡାଉନ୍‌ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ୬ଟା ଯାଏଁ  କରାଯାଇଛି। ପୂର୍ବ ଲକ୍‌ଡାଉନ୍‌ରେ ଜାରି ସମସ୍ତ କଟକଣା ପୂର୍ବ ପରି ଜାରି ରହିବ। ପୂର୍ବ ଘୋଷଣାରେ ଯାହା କଟକଣାମୁକ୍ତ ତାହା ଜାରି ରହିବ। ଉଲ୍ଲେଖନୀୟ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନି। ବାତ୍ୟା ଯୋଗୁଁ ଟେଷ୍ଟିଂ କମିଥିବାରୁ ସଂକ୍ରମିତ ସଂଖ୍ୟାରେ ହ୍ରାସ ଘଟିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୬୬୮୪ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୪୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୧୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି ।

   Related Posts