ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ୍

Published By : Prameya-News7 Bureau | April 19, 2020 IST

କଟକ୧୯/୪: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ୍। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଲାଗି ସୁପ୍ରିମକୋର୍ଟ କଲେଜିୟମ୍, ମେଘାଳୟ ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ମହମ୍ମଦ ରଫିକଙ୍କ ନାମ ସୁପାରିସ କରିଛନ୍ତି। ଗତ ୧୮ ତାରିଖରେ ଅନୁଷ୍ଠିତ ସୁପ୍ରିମକୋର୍ଟ କଲେଜିୟମ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

{"id":256880,"sizeSlug":"large"}

ବମ୍ବେ ଏବଂ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାରପତି ପଦବିରେ ନିଯୁକ୍ତି ଲାଗି ମଧ୍ୟ କଲେଜିୟମ୍ ନାମ ସୁପାରିସ କରିଛନ୍ତି। ଜଷ୍ଟିସ୍ ମହମ୍ମଦ ରଫିକ୍ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତ ହେବା ପୂର୍ବରୁ ରାଜସ୍ଥାନ ହାଇକୋର୍ଟରେ ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି। ଏହି ସମୟରେ ସେ ଦୁଇ ଦୁଇ ଥର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଛନ୍ତି। ୨୦୧୯ ନଭେମ୍ବର ୧୩ରେ ସେ ମେଘାଳୟ ହାଇକୋର୍ଟର ମୁଖ୍ୟବିଚାରପତି ନିଯୁକ୍ତ ହୋଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.