Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି, କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍, ରାଜ୍ୟରେ ସୁସ୍ଥ ସଂଖ୍ୟା ୨ ଲକ୍ଷ ୩୦ ହଜାର ଟପିଲା

12/10/2020 at 8:07 PM

ଭୁବନେଶ୍ଵର ୧୨।୧୦: ରାଜ୍ୟରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ସଂପ୍ରତି ଦୈନିକ ସଂକ୍ରମଣ ଏବଂ ସୁସ୍ଥ ସଂଖ୍ୟା ୩ ହଜାରରୁ କମ୍ ରହିଛି। ହେଲେ ମୃତ୍ୟୁ ସଂଖ୍ୟା ଥମିବାର ନାଁ ଧରୁନାହିଁ, ଯାହା ଉଦ୍‌ବେଗର ବିଷୟ ପାଲଟିଛି। ରାଜ୍ୟରେ ମହାମାରୀଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଞ୍ଚିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୭୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୋମବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ଆଜି କଟକ  ଜିଲ୍ଲାରୁ ସର୍ବାଧିକ ୨୪୪ ଜଣ ରୋଗୀ ସୁସ୍ଥ ଲାଭ କରିଛନ୍ତି। ୧୩୭ ସହିତ ଦ୍ଵିତୀୟରେ ରହିଛି ଯାଜପୁର। ସେହି ପରି ଖୋର୍ଦ୍ଧାରୁ ୧୨୪, ବାଲେଶ୍ଵରରୁ ୧୨୦,  ସମ୍ଵଲପୁରରୁ ୧୨୦, କେନ୍ଦ୍ରାପଡାରୁ ୧୧୪, ପୁରୀରୁ ୧୧୪, ସୁନ୍ଦରଗଡରୁ ୧୧୧, ଅନୁଗୁଳରୁ ୧୦୮, ବଲାଙ୍ଗିରରୁ ୧୦୩, ମୟୂରଭଞ୍ଜରୁ ୧୦୧, ବରଗଡରୁ ୯୭, ନୂଆପଡାରୁ ୯୦, ନବରଙ୍ଗପୁରରୁ ୮୧, କେନ୍ଦୁଝରରୁ ୭୪, ଜଗତସିଂହପୁରରୁ ୭୧ ଜଣ ଆରୋଗ୍ୟଲାଭ କରିଛନ୍ତି।

ସେହି ପରି ଢେଙ୍କାନାଳରୁ ୬୯, ଭଦ୍ରକରୁ ୬୭, ନୟାଗଡରୁ ୬୭, ଝାରସୁଗୁଡାରୁ ୬୨, ମାଲକାନଗିରିରୁ ୫୭, କନ୍ଧମାଳରୁ ୪୯, ସୋନପୁରରୁ ୪୫, କଳାହାଣ୍ଡିରୁ ୩୯, ଗଞ୍ଜାମରୁ ୩୬, ବୌଦ୍ଧରୁ ୩୪, କୋରାପୁଟରୁ ୩୩, ଦେବଗଡରୁ ୨୩, ରାୟଗଡାରୁ ୧୯ ଓ ଗଜପତିରୁ ୧୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୨୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୪ ହଜାର ୬୬୨ରେ ପହଞ୍ଚିଛି। ଏଥିରୁ ଆଜି ପର୍ଯ୍ୟନ୍ତ ୨ ଲକ୍ଷ ୩୦ ହଜାର ୧୯୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏହି ସମୟରେ ଆଉ ୧୮ କଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମହାମାରୀଜନିତ ମୃତ୍ୟୁ ସଂଖ୍ୟା ୧୦୪୦ରେ ପହଞ୍ଚିଛି।

   Related Posts