ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

Published By : Prameya-News7 Bureau | August 09, 2020 IST

ପାଟଣା୯/୮:  କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଗୋବରାବେଡା ନିକଟରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ତାଙ୍କୁ  ପ୍ରଥମେ ପାଟଣା ଏବଂ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ଗୁରୁତର ବୃଦ୍ଧ ହେଲେ ଗୋବରାବେଡା ଗ୍ରାମର ଲମ୍ବୋଦର ନାଏକ(୭୦) ସୂଚନା ଅନୁଯାୟୀ ବୃଦ୍ଧ ଜଣଙ୍କ ଛେଳି ଚରାଉ ଥିବା ବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା। ବୃଦ୍ଧଙ୍କ ମୁଣ୍ଡ ଓ ପିଠିରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.