Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସର କସରତ, ପ୍ରାର୍ଥୀ ପାଇଁ ତିନି ଜଣଙ୍କ ନାଁ ସୁପାରିସ କରିବେ ପିସିସି ସଭାପତି

13/11/2020 at 9:43 PM

ଭୁବନେଶ୍ଵର ୧୩।୧୧:  ପିପିଲି ଉପନିର୍ବାଚନ ପାଇଁ କସରତ ଆରମ୍ଭ କରିଛି କଂଗ୍ରେସ । ଏନେଇ ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଛି । ଯେଉଁଥିରେ  ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ସୁରେଶ କୁମାର ରାଉତରାୟ ଏବଂ କଟକ ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ଅଛନ୍ତି ।

ଏହି କମିଟି ପିପିଲି ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତ ଓ ବ୍ଲକକୁ ଯାଇ ଦଳୀୟ ସ୍ଥିତି ଅନୁଧ୍ୟାନ କରିବା ସହ କାହାକୁ ପିପିଲିରେ ପ୍ରାର୍ଥୀ କରାଯିବ ସେନେଇ ଦଳ ସଭାପତିଙ୍କୁ ତିନିଜଣଙ୍କ ନାଁ ସୁପାରିଶ୍ କରିବେ। ଯେହେତୁ ପିପିଲି ନିର୍ବାଚନ ମଣ୍ଡଳୀରେ ଦଳର ବ୍ଲକ ଓ ପଞ୍ଚାୟତ କମିଟି ଗଠନ ହୋଇନାହିଁ ତେଣୁ ଆଗାମୀ ୭ଦିନ ଭିତରେ ବ୍ଲକ, ଏନଏସି ଏବଂ ପଞ୍ଚାୟତରେ ଦଳୀୟ କମିଟି ଗଠନ ପାଇଁ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ପିସିସି ସଭାପତି ।

ଉଲ୍ଲେଖନୀୟ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଦେହାନ୍ତ ପରେ ପୁରୀ ଜିଲ୍ଲାର ପିପିଲି ବିଧାନସଭା ଆସନ ଖାଲି ପଡିଛି। ପ୍ରଦୀପ ମହାରଥୀଙ୍କ ଚଳିତ ବର୍ଷ ଅକ୍ଟୋବର ୪ ତାରିଖରେ ଦେହାନ୍ତ ଘଟିଥିଲା। ସେ ସପ୍ତମ ଥର ପିପିଲି ଆସନରୁ ବିଜୟୀ ହୋଇ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

   Related Posts