Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ, ପିପିଲି ଉପ ନିର୍ବାଚନ ସ୍ଥଗିତ

14/04/2021 at 8:41 PM

ଭୁବନେଶ୍ଵର ୧୪।୦୪: କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ଯୋଗୁଁ ପିପିଲି ଉପ ନିର୍ବାଚନ ସ୍ଥଗିତ ରଖାଯାଇଛି। ଉପ ନିର୍ବାଚନ ସ୍ଥଗିତ ନେଇ ପୁରୀ ଅତିରିକ୍ତ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଏପ୍ରିଲ ୧୭ରେ ନିର୍ବାଚନ ହେବାର ଥିଲା। ମତଦାନକୁ ଆଉ ୩ ଦିନ ବାକି ଥିବା ବେଳେ ବୁଧବାର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ କରୋନାରେ ପ୍ରାଣହାନୀ ଘଟିଛି।

ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ କହିଛନ୍ତି ଯେ, ପ୍ରାର୍ଥୀଙ୍କ ଦେହାନ୍ତ ସଂପର୍କରେ ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରିଛୁ। ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ନିର୍ବାଚନ କମିଶନଙ୍କୁ ପଠାଯିବ। ନିର୍ବାଚନ ଆୟୋଗ ନିର୍ବାଚନ ନେଇ ସାନି ତାରିଖ ଘୋଷଣା କରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଦଳକୁ ନୂଆ ପ୍ରାର୍ଥୀ ମିଳିବ।

ସୂଚନାଯୋଗ୍ୟ, ନିର୍ବାଚନ ପ୍ରଚାର ସମୟରେ ଏପ୍ରିଲ ୭ ତାରିଖରେ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ ଅସୁସ୍ଥ ହୋଇଥିଲେ।  ୧୦ ତାରିଖରେ ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ଅଜିତ୍‌ଙ୍କ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ଅଜିତ୍‌ଙ୍କ ପରଲୋକ ଘଟିଛି। ତାଙ୍କ ନିଧନ ଏବେ ପିପିଲି ଉପ ନିର୍ବାଚନକୁ ଶକ୍ତ ଝଟକା ଲାଗିଛି।

୨୦୧୯ ନିର୍ବାଚନରେ ପରାଜିତ  ଅଜିତ୍ ମଙ୍ଗରାଜଙ୍କ ଉପରେ କଂଗ୍ରେସ ହାଇକମାଣ୍ଡ ପୁଣି ଥରେ ଭରସା ପ୍ରକଟ୍ କରିଥିଲେ। ପିପିଲି ଉପ ନିର୍ବାଚନରେ ସେ କଂଗ୍ରେସର ପ୍ରାର୍ଥୀ ହୋଇଥିଲେ। ଅନ୍ୟପଟେ ବିଜେଡି ପକ୍ଷରୁ ଦିବଙ୍ଗତ ନେତା ପ୍ରଦୀପ ମହରାଥୀଙ୍କ ପୁତ୍ର ରୁଦ୍ରପ୍ରତାପ ମହାରଥୀ ମଇଦାନକୁ ଓହ୍ଲାଇଥିବା ବେଳେ ବିଜେପି ଆଶ୍ରିତ ପଟ୍ଟନାୟକଙ୍କୁ ପ୍ରାର୍ଥୀ କରିଛି। ତିନି ଦଳ ପକ୍ଷରୁ ଜୋରଦାର ପ୍ରଚାର ଅଭିଯାନ ଚାଲିଥିଲା।

   Related Posts