Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଜୁନ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ସିବିଏସଇ ଦଶମ ପରୀକ୍ଷା ଫଳ, ଏହି ଆଧାରରେ ଛାତ୍ର-ଛାତ୍ରୀଙ୍କୁ ମିଳିବ ମାର୍କ

1/05/2021 at 9:53 PM

ନୂଆଦିଲ୍ଲୀ ୦୧।୦୫: କରୋନା ମହାମାରୀର ଦ୍ଵିତୀୟ ଲହର କାରଣରୁ ବାତିଲ୍ ହୋଇଥିବା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ନେଇ ଗାଇଡ୍‌ଲାଇନ୍ ଜାରି ହୋଇଛି। ଜୁନ ୩ୟ ସପ୍ତାହ ସୁଦ୍ଧା ସିବିଏସଇ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସିବିଏସଇ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ଏ ନେଇ ସବୁ ସ୍କୁଲରେ ୮ ଜଣିଆ ରେଜଲ୍ଟ ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍କୁଲର ପ୍ରିନ୍ସପାଲ ଓ ଅନ୍ୟ ୭ ଶିକ୍ଷକଙ୍କୁ ନେଇ ଗଠନ ହେବ କମିଟି। ୭ ଶିକ୍ଷକଙ୍କ ମଧ୍ୟରୁ ୫ ଜଣ ନିଜ ସ୍କୁଲର ଏବଂ ଅନ୍ୟ ୨ ଜଣ ପାଖ ସ୍କୁଲର ରହିବେ। ଇଣ୍ଟରନାଲ ଓ କ୍ଲାସ୍ ପରୀକ୍ଷା ଆଧାରରେ ଫଳ ନିର୍ଦ୍ଧାରଣ ହେବ। ବର୍ଷ ସାରା ହୋଇଥିବା ପରୀକ୍ଷା ଆଧାରରେ ୮୦ ମାର୍କର ମୂଲ୍ୟାଙ୍କନ ହେବାକୁ ଥିବା ବେଳେ ବାକି ୨୦ ମାର୍କର ମୂଲ୍ୟାୟନ ଇଣ୍ଟରନାଲ ପରୀକ୍ଷାରୁ ହେବ।

ସିବିଏସଇର ନୋଟିସ୍ ଅନୁଯାୟୀ ଜୁନ ୫ ସୁଦ୍ଧା ୮୦ ମାର୍କର ମୂଲ୍ୟାୟନ ତାଲିକା ପଠାଯିବାକୁ ଥିବା ବେଳେ ଜୁନ ୧୧ ସୁଦ୍ଧା ଇଣ୍ଟରନାଲ ୨୦ ମାର୍କର ମୁଲ୍ୟାୟନ ତାଲିକା ପଠାଯିବ। ମୂଲ୍ୟାୟନ ବେଳେ ସ୍କୁଲର ପୂର୍ବ ୩ ବର୍ଷର ଫଳାଫଳକୁ ବିଚାରକୁ ନିଆଯିବ। ଏହି ପ୍ରକ୍ରିୟା ପୂରା ହେବା ପରେ ଜୁନ ତୃତୀୟ ସପ୍ତାହ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ। ଉଲ୍ଲେଖଯୋଗ୍ୟ, କରୋନାର ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ବାତିଲ୍ ହୋଇଥିବା ବେଳେ ଦ୍ଵାଦଶ ବୋର୍ଡ ପରୀକ୍ଷା ସ୍ଥଗିତ ରଖାଯାଇଛି।

   Related Posts