Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମାଛ ଜାଲରେ ଫସିଗଲା ଅଜଗର, ଉଦ୍ଧାର କଲେ ସ୍ନେକ ହେଲ୍ପ ଲାଇନ ସଦସ୍ୟ

12/11/2021 at 7:37 PM

ବ୍ରହ୍ମପୁର ୧୨।୧୧: ମାଛ ଜାଲରେ ପଡି ଛଟପଟ ହେଉଥିବା ଅଜଗର ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପ ଲାଇନ ସଦସ୍ୟ। ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ନିକଟରେ ଥିବା ଡିପ ସନ ହେଚେରୀ ପରିସରରେ ଏକ ଜାଲରେ ଅଜଗର ସାପଟି ବିଳମ୍ବିତ ରାତିରୁ ଛନ୍ଦି ହୋଇ ପଡ଼ିଥିଲା। ଦୀର୍ଘ ସମୟ ହେବ ସାପଟି ବାହାରିବାକୁ ଚେଷ୍ଟା କଲେ ମଧ୍ୟ ସେଥିରୁ ବାହାରି ପାରୁ ନଥିଲା। ଶେଷରେ ହେଚେରୀ ମ୍ୟାନେଜର ସ୍ନେକ ହେଲ୍ପ ଲାଇନକୁ ଯୋଗାଯୋଗ କରିଥିଲେ।

ଏହାପରେ ବ୍ରହ୍ମପୁର ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ୱାଧୀନ କୁମାର ସାହୁ ଏବଂ ଶ୍ରୀକାନ୍ତ ନାହାକ ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଉଦ୍ଧାର ସାପଟି ଅଜଗର ପ୍ରଜାତିର ହୋଇଥିବା ବେଳେ ଏହାର ମୁଣ୍ଡ ଛୋଟ ଏବଂ ଦେହ ବଡ଼ ହୋଇଥାଏ। ଯାହାଦ୍ୱାରା ପ୍ରଥମେ ଖାଦ୍ୟ ଲୋଭରେ ସେ ଜାଲରେ ଫସି ଯାଇଥିବା କହିଛନ୍ତି। ସାପଟିର ଲମ୍ବ ୪ ଫୁଟ ହୋଇଥିବା ବେଳେ ଏହାକୁ ବନବିଭାଗ ର ପରାମର୍ଶ କ୍ରମେ ସଂରକ୍ଷିତ ଜଙ୍ଗଲରେ ଛଡ଼ାଯିବ ବୋଲି ସ୍ନେକ ହେଲ୍ପ ଲାଇନ ସଦସ୍ୟ କହିଛନ୍ତି।

   Related Posts