Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ବ୍ଲାକ ଫଙ୍ଗସ୍‌କୁ ମହାମାରୀ ଘୋଷଣା କଲେ ରାଜ୍ୟ ସରକାର

20/05/2021 at 6:56 PM

ଭୁବନେଶ୍ଵର ୨୦।୦୫: ଓଡିଶାରେ ବ୍ଲାକ ଫଙ୍ଗସ୍ ମହାମାରୀ ଘୋଷିତ। ଏନେଇ ରାଜ୍ୟ ସରକାର ଗୁରୁବାର ଘୋଷଣା କରିଛନ୍ତି। ମହାମାରୀ ବ୍ୟାଧି ଆଇନ ୧୯୮୭ ଅନୁଯାୟୀ, ପ୍ଲାକ୍ ଫଙ୍ଗସକୁ ମହାମାରୀ ଘୋଷିତ କରାଯାଇଛି। ମହାମାରୀ କରୋନା ସମୟରେ ଆଉ ଏକ ଚିନ୍ତାର କାରଣ ସାଜିଥିବା ବ୍ଲାକ୍ ଫଙ୍ଗସକୁ ମହାମାରୀ ଘୋଷଣା କରିବାକୁ କେନ୍ଦ୍ର ସରକାର ସୁପାରିଶ କରିଥିଲେ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, କରୋନାରୁ ସୁସ୍ଥ  ହେବା ପରେ ମଧ୍ୟ ଅନେକ ଲୋକ ବ୍ଲାକ ଫଙ୍ଗସର ଶିକାର ହେଉଥିବା ଦେଖିବାକୁ ମିଳିଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଯାହାଙ୍କଠାରେ ରୋଗ ପ୍ରତିଷେଧକ ଶକ୍ତି କମ ରହିଛି, ସେହି ଲୋକଙ୍କଠାରେ ଏହି ରୋଗ ଦେଖିବାକୁ ମିଳିଛି। ପ୍ରଥମରୁ କରୋନା ସହ ଲଢେଇ ଜାରି ରହିଛି। ଏବେ ଏହି ରୋଗ  ବେଡି ଉପରେ କରୋଡାମାଡ ସାଜିଛି।

ଏହା ପୂର୍ବରୁ ବ୍ଲାକ ଫଙ୍ଗସକୁ ମହାମାରୀ ଘୋଷଣା କରିବାକୁ କେନ୍ଦ୍ର ସରକାର ସୁପାରିଶ କରିଥିଲେ।  ତେବେ ଏହାରି ମଧ୍ୟରେ, ବ୍ଲାକ୍ ପଙ୍ଗସକୁ ମହାମାରୀ ଘୋଷଣା କରିବାକୁ ସମସ୍ତ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ସୁପାରିଶ କରିଥିଲେ। ଦିନକୁ ଦିନ ଦେଶରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ଏବେ ବେଳ ଥାଉ ଥାଉ ସମସ୍ତେ ସଜାଗ ହୋଇ ଏହି ଭୂତାଣୁ ସହ ଲଢେଇ କରିବା ପାଇଁ କେନ୍ଦ୍ର ପରାମର୍ଶ ଦେଇଥିଲେ।

   Related Posts