Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ନଭିମୁମ୍ବାଇ ମହାନଗର ନିଗମକୁ ଓଡିଶା ଭବନ ଭଡା ଛାଡ କଲେ ରାଜ୍ୟ ସରକାର

7/05/2021 at 4:41 PM

ଭୁବନେଶ୍ୱର ୦୭।୦୫: କୋଭିଡ଼ ମହାମାରୀର ମୁକାବିଲା ପାଇଁ  ମୁମ୍ବାଇରେ ରୋଗୀଙ୍କୁ ସେବା ଯୋଗାଉଥିବା  ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀ ମାନଙ୍କ ସଙ୍ଗରୋଧ ନିମନ୍ତେ ନଭି ମୁମ୍ବାଇ ମହାନଗର ନିଗମ ସେଠାରେ ଥିବା ଓଡ଼ିଶା ଭବନକୁ  ୨୦୨୦ ଅପ୍ରେଲରୁ ବ୍ୟବହାର କରିଆସୁଥିଲେ ।

ଏହାର  ଭଡ଼ା ବାବଦ ଦେୟ ଦୁଇ କୋଟି  ୧୬ ହଜାର ଟଙ୍କା ଥିବା ବେଳେ , ମହାମାରୀର ଏ  ବିପଦ ସମୟରେ  ମାନଵିକତା ତଥା ମୁମ୍ବାଇର ଜନସାଧାରଣଙ୍କ ପ୍ରତି ସଦିଚ୍ଛାପୂର୍ଣ୍ଣ ମନୋଭାବ ପ୍ରଦର୍ଶନ ପୂର୍ବକ  ଓଡ଼ିଶା ଭବନ ଭଡା ଦେୟକୁ ସମ୍ପୂର୍ଣ୍ଣ ଛାଡ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ନଵୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ ଗୁରୁତର କୋଭିଡ଼ ରୋଗୀଙ୍କ  ଚିକିତ୍ସା ନିମନ୍ତେ ଓଡ଼ିଶା ମହାରାଷ୍ଟ୍ର କୁ ଜରୁରୀ ଭିତ୍ତି ରେ ଗତ ପନ୍ଦର ଦିନ ହେଲା  ଅକ୍ସିଜେନ ମଧ୍ୟ ଯୋଗାଉଛି ।

   Related Posts