Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର: ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ ରଖାଯାଉ

22/09/2020 at 6:03 PM

ଭୁବନେଶ୍ବର୨୨/୯:  ରାଜ୍ୟରେ କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ ରଖିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟସରକାର । କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ୩ ମାସ ପର୍ଯ୍ୟନ୍ତ ଘୁଞ୍ଚାଇବା ଲାଗି ଇସ୍ପାତ ଓ ଖଣି  ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖିଛନ୍ତି। ବର୍ତ୍ତମାନ କୋଭିଡ୍‌ ମହାମାରୀ ସମୟରେ ଖଣିଜ କାରବାର ବେଶ୍‌ ପ୍ରଭାବିତ ହୋଇଛି।

ଏଥି ସହିତ ବିଗତ ବର୍ଷ ତୁଳନାରେ କୋଇଲାର ବଜାର ମୂଲ୍ୟ ଯଥେଷ୍ଟ ହ୍ରାସ ପାଇଥିବା ପରିଲକ୍ଷିତ ହେଉଛି। ଯଦି ଏହି ପରିସ୍ଥିତିରେ ନିଲାମ କରାଯାଏ ତେବେ ସର୍ବାଧିକ ନିଲାମ ଡାକ ଯଥେଷ୍ଟ କମ ହେବାର ଆଶଙ୍କା ରହିଛି ବୋଲି ଚିଠିରେ ଯୁକ୍ତି ବାଢିଛନ୍ତି ରାଜ୍ୟ ସରକାର । ଏହି ଲିଜ୍‌ ଅବଧି ୩୦ ବର୍ଷ ରହିଥିବାରୁ ରାଜ୍ୟର କୋଇଲା ରାଜସ୍ୱ ଉପରେ ଏହାର ଯଥେଷ୍ଟ ପ୍ରତିକୂଳ ପ୍ରଭାବ ପଡ଼ିବ ବୋଲି ମନ୍ତ୍ରୀ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ।

 କୋଭିଡ୍‌ ପରିସ୍ଥିତିରେ ଉନ୍ନତି ଆସିଲେ ଓ ଉପଯୁକ୍ତ ବଜାର ଅନୁକୂଳ ପରିସ୍ଥିତି ସୁଧୁରିଲେ ନିଲାମ ପ୍ରକ୍ରିୟାକୁ ଆରମ୍ଭ କରାଯିବା ପାଇଁ ମନ୍ତ୍ରୀ ଶ୍ରୀ ମଲ୍ଲିକ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଦ୍ୱାରା ଜଣାଇଛନ୍ତି । କେନ୍ଦ୍ର ପକ୍ଷରୁ ଚିହ୍ନଟ ହୋଇଥିବା ୪୧ଟି କୋଲ୍‌ ବ୍ଲକ୍‌ ମଧ୍ୟରୁ ଓଡ଼ିଶାରେ ୯ଟି ରହିଛି । ଏସବୁରେ ମୋଟ ୧୦,୭୫୦ ନିୟୁତ ଟନ କୋଇଲା ମହଜୁଦ ରହିଛି । କେନ୍ଦ୍ରର ସଂଶୋଧିତ ନିର୍ଘଣ୍ଟ ଅନୁଯାୟୀ ୨୦୨୦ ସେପେଫମ୍ବର ୨୯ ବିଡ୍‌ ଦାଖଲର ଶେଷ ତାରିଖ ରହିଥିବାବେଳେ ୨୦୨୦ ଅକେଫବାର ୧୯ ତାରିଖରୁ ନଭେମ୍ବର ୯ ତାରିଖ ମଧ୍ୟରେ ଇ-ନିଲାମ ପ୍ରକ୍ରିୟା ଶେଷକରିବାକୁ ସ୍ଥିର ହୋଇଥିଲା ।

   Related Posts