Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ନିଟ୍ ପରୀକ୍ଷାରେ ସୋଆ ଆଇ.ଏଚ୍.ଏସ୍.ଇ ର ଛାତ୍ରଛାତ୍ରୀଙ୍କ ସଫଳତା

23/10/2020 at 7:51 PM

ଭୁବନେଶ୍ଵର ୨୩।୧୦:  ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଯୁକ୍ତ ୨ ମହାବିଦ୍ୟାଳୟ ଇନଷ୍ଟିଚ୍ୟୁଟ୍‌ ଅଫ ହାୟର ସେକେଣ୍ଡାରୀ ଏଜୁକେସନର ୮ ଜଣ ଛାତ୍ରଛାତ୍ରୀ ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା(ନିଟ୍‌)ରେ କୃତିତ୍ଵ ସହ ସମ୍ମାନ ଜନକ ରାଙ୍କ  ରଖି ସଫଳତା ହାସଲ କରିଛନ୍ତି।

ନିଟ୍‌ରେ ସଫଳତା ଅର୍ଜନ କରିଥିବା ଏହି କୃତୀ ଛାତ୍ରଛାତ୍ରୀମାନେ ହେଲେ ଆଶିଷ ଦଳେଇ(୬୭୫), ଆଦିତ୍ୟ କୁମାର ରାଉତ(୬୩୩), ବ୍ୟାସଦେବ ମାଇସାଲ(୬୨୧), ଦେବାଶିଷ ପାଢୀ(୬୧୧), ଶୁଭଦର୍ଶୀ ଦେବାଶିଷ(୫୯୫), ଅର୍ପିତା ମଲ୍ଲିକ(୫୮୬), ମୋନାଲିସା କର(୫୮୫) ଓ ପ୍ରିୟଙ୍କା ପ୍ରିୟଦର୍ଶିନୀ ନାୟକ(୪୧୮)।

ଏହି ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡଃ ମନୋଜ ରଞ୍ଜନ ନାୟକ ଏବଂ ଆଇ.ଏଚ୍.ଏସ୍‌.ଇ.ର ଅଧ୍ୟକ୍ଷ ପ୍ରଫେସର ପୁରେନ୍ଦ୍ର ଚରଣ ଦାଶ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଛନ୍ତି।

ଆଇଏଚ୍‌ଏସ୍‌ଇର ଅନେକ ଛାତ୍ରଛାତ୍ରୀ ଅତୀତରେ ନିଟ୍‌ ବ୍ୟତୀତ ଅନ୍ୟାନ୍ୟ ସର୍ବ ଭାରତୀୟ ପ୍ରବେଶିକା ପରିକ୍ଷାରେ କୃତକାର୍ଯ୍ୟ ହୋଇ ଆଇଆଇଟି, ଏନଆଇଟି ଓ ଆଇଆଇଏମ୍‌ ଭଳି ପ୍ରତିଷ୍ଠିତ ତଥା ସୁନାମଧନ୍ୟ ସର୍ବଭାରତୀୟ ଶିକ୍ଷାନୁଷ୍ଠାନମାନଙ୍କରେ ଅଧ୍ୟୟନ କରି  ଅନୁଷ୍ଠାନର ଗୌରବକୁ ଦ୍ଵିଗୁଣିତ କରିଛନ୍ତି।

ସୂଚନାଯୋଗ୍ୟ ଆଇଏଚ୍‌ଏସ୍‌ଇରେ ଯୁକ୍ତ ୨ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀମାନେ ଯେପରି ଶିକ୍ଷା କ୍ଷେତ୍ରରେ ଉତ୍କର୍ଷତା ପ୍ରତିପାଦନ କରି ପାରିବେ, ସେଥିପାଇଁ ଅନୁଷ୍ଠାନର ସମସ୍ତ ଅଧ୍ୟାପକ/ଅଧ୍ୟାପିକାମାନେ ନିଷ୍ଠାର ସହ ସେମାନଙ୍କୁ ଉତ୍କୃଷ୍ଠ ଶୈକ୍ଷିକ  ବାତାବରଣ ମଧ୍ୟରେ ସ୍ଵତନ୍ତ୍ର ଧ୍ୟାନ ସହ ଶିକ୍ଷା ପ୍ରଦାନ କରିଥାନ୍ତି।

   Related Posts