Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

କମିଲା ଶୀତ, ଜାନୁଆରୀ ୧୬ ପର୍ଯ୍ୟନ୍ତ ବୃଦ୍ଧି ପାଇବ ଦିନ ଏବଂ ରାତିର ତାପମାତ୍ରା

8/01/2021 at 7:10 PM

ଭୁବନେଶ୍ୱର ୦୮/୦୧ : ଗତ ଦୁଇ ତିନି ଦିନ ହେବ ରାଜ୍ୟରେ ଅସ୍ଵଭାବିକ ଭାବେ ଶୀତ କମିବା ସହିତ ତାପମାତ୍ରା ବୃଦ୍ଧି ପାଇଛି। ପ୍ରତ୍ୟେକ ଦିନ ରାତିର ତାପମାତ୍ରା ବଦଳୁ ଥିବାବେଳେ ଜାନୁଆରୀ ୧୬ ତାରିଖ ପର୍ଯ୍ୟନ୍ତ ଉଭୟ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପବନର ଗତି ବଙ୍ଗୋପ ସାଗରରୁ ଆଦ୍ରତା ଆହରଣ ଏହା ନିରୂପଣ କରିଥାଏ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାତ୍ରିରେ ସାଧାରଣତଃ ପୃଥିବୀ ପୃଷ୍ଠର ବିକିରଣ ଦ୍ୱାରା ଓ ଉତ୍ତର ଭାରତରୁ ପ୍ରବାହିତ ହେଉଥିବା ଥଣ୍ଡା ପବନ ଦ୍ୱାରା ତାପମାତ୍ରା କମିଥାଏ । ଏହି ଅବସ୍ଥା ଓଡ଼ିଶାରେ ଡ଼ିସେମ୍ବର ଶେଷ ପର୍ଯ୍ୟନ୍ତ ରହିଥିଲା ।

ଜାନୁଆରୀ ୧୫ ତାରିଖରୁ ରାତିର ତାପମାତ୍ରା କମିବାର ସମ୍ଭାବନା ଥିବାବେଳେ ଉତ୍ତର ଭାରତରେ ଏହା ବୃଦ୍ଧି ପାଇବା ସମ୍ଭାବନା ଦୃଷ୍ଟିରୁ ରାତିର ତାପମାତ୍ରା ସାମାନ୍ୟ ଅବା ତାଠାରୁ ଅଧିକ ହୋଇପାରେ ।ସେହିପରି ଦିନରେ ତାପମାତ୍ରା ଅଧିକ ହେବାର ସମ୍ଭାବନା ରହିଥିବାବେଳେ ଜାନୁଆରୀ ତୃତୀୟ ସପ୍ତାହ ବେଳକୁ ଏହା ୩୨ ରୁ ୩୪ ଡିଗ୍ରୀ ରହିପାରେ ବୋଲି କୁହାଯାଇଛ।

   Related Posts