ଆଇଏଫଏସ୍ ଅଭୟ ପାଠକଙ୍କ ପୁଅକୁ ଭୁବନେଶ୍ବର ଆଣିଲା ଭିଜିଲାନ୍ସ ଟିମ୍: ସଂପତ୍ତି ନେଇ ଚାଲିବ ଅଧିକ ପଚରାଉଚରା

Published By : Prameya-News7 Bureau | November 26, 2020 IST

ଭୁବନେଶ୍ବର ୨୬/୧୧:  ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ବିପୁଳ ଅର୍ଥ, ସୁନାଗହଣା ଓ ଆୟବର୍ହିଭୂତ ସ୍ଥାବର-ଅସ୍ଥାବର ସଂପତ୍ତି ମିଳିବା ପରେ ଏହା ଓଡ଼ିଶା ଭିଜିଲାନ୍ସର ସବୁଠାରୁ ବଡ଼ ଚଢ଼ାଉ ବୋଲି କୁହାଯାଉଛି। ଗତକାଲିଠାରୁ ଜାରି ରହିଛି ତଲାସୀ, ମିଳୁଛି ଅମାପ ସଂପତ୍ତି । ଆଜି ପୁନେରୁ ଭିଜିଲାନ୍ସ ଟିମ୍ ଆଇଏଫଏସ୍ ଅଭୟକାନ୍ତଙ୍କ ପୁଅ ଆକାଶ ପାଠକଙ୍କୁ ଭୁବନେଶ୍ବର ଆଣିଛି। ତାଙ୍କୁ ସଂପତ୍ତି ଠୁଳ ନେଇ ଅଧିକ ପଚରାଉଚରା କରାଯିବ। କାରଣ ତାଙ୍କ ନାମରେ ବହୁପରିମାଣରେ ଅର୍ଥ, ଏକାଧିକ ଦାମୀ ଗାଡ଼ି ଓ ସଂପତ୍ତି ରହିଥିବା ସୂଚନା ମିଳିଛି।

ଭିଜିଲାନ୍ସର ଚଢାଉ ସମୟରେ ବାବୁ ଅଭୟକାନ୍ତ ପାଠକଙ୍କ ଠାରୁ ଯେଉଁ ସମ୍ପତି ଜବତ ହୋଇଛି, ତାର ତାଲିକା ବେଶ ଲମ୍ବା । ଭୁବନେଶ୍ୱର, ମୁମ୍ବାଇ, ପୁନେ, ଉଦୟପୁରରେ ଏହି ଚଢାଉ ସମୟରେ ଘରୁ ମିଳିଛି ପ୍ରାୟ ୬୦ଲକ୍ଷ ଟଙ୍କା କ୍ୟାସ । ୮୦୦ଗ୍ରାମର ସୁନା ଅଳଙ୍କାର ମିଳିବା ସହିତ ୨୩ ଲକ୍ଷ ଟଙ୍କାର ସୁନାଗହଣା କିଣାଯାଇଥିବାର କାଗଜପତ୍ର ଜବତ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.