Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ରାଇରଙ୍ଗପୁର : ଗୁଣିଗାରେଡି ସନ୍ଦେହକୁ ନେଇ ହତ୍ୟାକାଣ୍ଡ : ୩ ସୁପାରୀ କିଲର ଗିରଫ
  • ||

ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ଗଛରେ ବାନ୍ଧି ମାଡ଼, ଭିଡ଼ିଓ ଭାଇରାଲ

21/07/2021 at 10:13 PM

ଚଣ୍ଡିଖୋଲ, ୨୧/୦୭: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ବନ୍ଧଡିହ ପଂଚାୟତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଟଙ୍କା ଦିଆ ନିଆକୁ ନେଇ ଜଣେ ମହିଳାଙ୍କୁ ମାଡ଼ ହୋଇଥିବା ଜଣାପଡ଼ିଛି । ଜୟସଙ୍ଗଡ଼ା ଗ୍ରାମର ଜଣେ ବିବାହିତ ମହିଳାଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣାର ଭିଡିଓ ଏବେ ଭାଇରଲ ହେଉଛି । ଭିଡିଓଟି ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି କରିଛି ।

ସୂଚନା ଅନୁଯାୟୀ ବିକାଶ କୁମାର ରାଉତଙ୍କ ସ୍ତ୍ରୀ ବିଶ୍ଵାମିତ୍ରା ରାଉତ ଗ୍ରାମର ଜଣେ ମହିଳାଙ୍କୁ କିଛି ଟଙ୍କା ଧାର ସୂତ୍ରରେ ଦେଇଥିଲେ । ଦୁଇ ମାସ ପରେ ଧାର ଟଙ୍କା ମାଗିବାରୁ ମହିଳାଙ୍କୁ ଟଙ୍କା ନେଇଥିବା ପରିବାର ଲୋକେ ସଂଘବଧ ଭାବେ ଆକ୍ରମଣ କରିବା ସହ ମହିଳାଙ୍କୁ ଗଛରେ ବାନ୍ଧି ମାଡ଼ ମାରିଥିଲେ । ଯାହାର ଏକ ଭିଡ଼ିଓ ଭାଇରଲ ହୋଇଛି । ସ୍ଥାନୀୟ କିଛି ଲୋକ ଘଟଣା ସ୍ଥଳରେ ପହଂଚି ମହିଳାଙ୍କୁ ଉଦ୍ଧାର କରିଥିଲେ । ତେବେ ଏ ନେଇ ଥାନାରେ କୌଣସି ଲିଖିତ ଅଭିଯୋଗ ହୋଇ ନଥିବା ବେଳେ ପୋଲିସ ନିଜ ଆଡୁ ପ୍ରାଥମିକ ତଦନ୍ତ ଚଳାଇଛି । ଏଭଳି ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି ।

   Related Posts