Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ନିଲାମୀ ତାଲିକାରୁ କ୍ରିସ୍ ଗେଲ୍‌ଙ୍କ ସମେତ ଏହି ଖେଳାଳି ବାହାର
  • ||
  • Syed Modi International: ଫାଇନାଲ୍‌ରେ ପହଞ୍ଚିଲେ ପିଭି ସିନ୍ଧୁ, ମାଲଭିକାଙ୍କ ସହ ଟାଇଟଲ୍‌ ମୁକାବିଲା
  • ||
  • IPLରେ ଜଲଓ୍ବା ଦେଖାଇବେ ଶ୍ରୀସନ୍ତ, ନିଲାମୀ ପାଇଁ ବେସ୍‌ ପ୍ରାଇସ୍ ରହିଛି ୫୦ ଲକ୍ଷ ଟଙ୍କା
  • ||
  • ଜାମ୍ମୁ କାଶ୍ମୀରରେ ଭାରତୀୟ ସେନା ପକ୍ଷରୁ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି
  • ||
  • ୟେମେନ ଗଣହତ୍ୟାକୁ ନିନ୍ଦା କଲା ଜାତିସଂଘ, ସାଉଦିର ବିମାନ ଆକ୍ରମଣରେ ନିହତ ହୋଇଥିଲେ ୭୦ ବିଦ୍ରୋହୀ
  • ||
  • ସୋର : ଟ୍ରକ୍ ସହ ଧକ୍କା ହୋଇ ନୟନଜୋରିକୁ ଓଲଟିଲା ବସ୍, ୫ ଜଣଙ୍କ ମୃତ୍ୟୁ, କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ
  • ||
  • ଭଦ୍ରକରେ ବିଜେପିକୁ ଝଟ୍‌କା, ଦଳ ଛାଡିଲେ ଶତାଧିକ ବରିଷ୍ଠ ନେତା ଓ କର୍ମୀ
  • ||
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||

ଆମ୍ବୁଲାନ୍ସ ଧକ୍କାରେ ଯୁବକଙ୍କ ମୃତ୍ୟୁ

23/04/2020 at 6:24 PM

କେନ୍ଦ୍ରାପଡା୨୩/୪: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଚଣ୍ଡିଖୋଲ – ପାରାଦ୍ବୀପ ଜାତୀୟ ରାଜପଥ ନଂ – ୫(କ) ର କେନାଲବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୃଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗିରଙ୍ଗ ଗ୍ରାମରୁ ମଟର ସାଇକେଲ ଯୋଗେ ମାର୍ଶାଘାଇ ବଜାରକୁ  ଆସିବା ସମୟରେ, କେନାଲ ବ୍ରିଜ ଆଡୁ ଆସୁଥିବା ଏକ  ବୋଲେରୋ ଆମ୍ବୁଲାନ୍ସ ଭାରଶ୍ୟାମ ହରାଇ ଧକ୍କା ଦେଇଥିଲା। ଯାହାଫଳରେ ଯୁବକ ଜଣଙ୍କ ସେହିସ୍ଥାନରେ ପଡ଼ି ଯାଇଥିଲେ। ସେ ଗୁରୁତର ହୋଇପଡିବାରୁ ତାଙ୍କୁ ସଙ୍ଗେ ସଙ୍ଗେ ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ଶବ ବ୍ୟବଚ୍ଛେଦ ପାଇଁ ତାଙ୍କ ମୃତଦେହକୁ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ମାର୍ଶାଘାଇ ଥାନାରେ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ କ୍ରମେ ୧୦୨ ଆମ୍ବୁଲାନ୍ସ ସହ ଡାଇଭରଙ୍କୁ ଗିରଫ କରିଛି ପୋଲିସ । ମୃତକ ହେଲେ ଗିରଙ୍ଗ ଗାଁର ନରେଶ ବିଶ୍ବାଳ  ।

   Related Posts