ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା : ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା, ସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | April 21, 2020 IST

ଭୁବନେଶ୍ୱର ୨୧।୦୪: ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏଥି ପାଇଁ କେନ୍ଦ୍ର ପକ୍ଷରୁ ସବୁ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। କାଳବୈଶାଖୀର ପ୍ରଭାବ ୮ଟି ଜିଲ୍ଲାରେ ସର୍ବାଧିକ ଅନୁଭୂତ ହୋଇପାରେ। ଏହି ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ। ଏସବୁ ସ୍ଥାନରେ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାର କିଛି ସ୍ଥାନରେ କୁଆପଥର ବର୍ଷା ହେବ। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ଅନୁଗୁଳ, ନୟାଗଡ଼, ଖୋର୍ଧା, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରାଯାଇଛି।

{"id":232466,"sizeSlug":"large"}

ଆସନ୍ତାକାଲି ନିର୍ଦ୍ଦିଷ୍ଟ ଭାବେ ୭ଟି ଜିଲ୍ଲା କାଳବୈଶାଶୀ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଗଞ୍ଜାମ, କନ୍ଧମାଳ, କୋରାପୁଟ। ୨୩ ତାରିଖରେ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ ଓ ୨୪ ତାରିଖ ଆଡ଼କୁ ପୁଣି କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ଓଡ଼ିଶାରେ ଲଗାତାର ଭାବେ କାଳବୈଶାଖୀ ହେବାର ପୂର୍ବାନୁମାନ କରାଯାଉ ବେଳେ ଆସନ୍ତା ୨୯ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.