Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ଆସନ୍ତା ୨୪ ଘଣ୍ଟା ଭିତରେ ବିଭିନ୍ନ ଜିଲ୍ଳାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା

24/07/2020 at 8:46 AM

ଭୁବନେଶ୍ବର୨୪/୭:  ଆସନ୍ତା ୨୪ ଘଣ୍ଟା ରାଜ୍ୟର ସବୁ ଜିଲ୍ଳାର ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ କିଛି ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ। ଏହା ପରେ ୨୫ ତାରିଖଠାରୁ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ଗବେଷଣା କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବର୍ତ୍ତମାନ ମୌସୁମୀ ଟ୍ରାଫ୍‌ ପୂର୍ବ ମୁହାଁ ବିହାରରୁ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଫଳରେ ଆସନ୍ତା ୨୪ ଘଣ୍ଟା ରାଜ୍ୟରେ ବର୍ଷା ସ୍ବାଭାବିକ ରହିବ। ଏହି ସମୟରେ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, କଳାହାଣ୍ଡି, ସୋନପୁର, ନବରଙ୍ଗପୁର, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୪ ତାରିଖ ଅପରାହ୍ନରୁ ୨୫ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାପରେ ରାଜ୍ୟରେ ବିଶେଷ ବର୍ଷା ନାହିଁ।

   Related Posts