Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ: ଅନଲାଇନ୍‌ରେ ଉପଲବ୍ଧ ହେବ ୨୨ ପ୍ରକାର ସେବା

17/12/2020 at 9:10 PM

ଭୁବନେଶ୍ବର୧୭/୧୨: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମର ଅଂଶ ସ୍ବରୂପ ରାଜ୍ୟ ଶ୍ରମ ଓ କର୍ମଚାରୀ ବୀମା ବିଭାଗର ପରିଶ୍ରମ ପୋର୍ଟାଲର ଲୋକାର୍ପଣ କରିଛନ୍ତି। ଏଥିସହ ୨୨ ପ୍ରକାର ଅନ୍‌ଲାଇନ ସେବାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ୫-ଟି କାର୍ଯ୍ୟକ୍ରମର ମୁଖ୍ୟ ଆଧାର ହେଉଛି ବୈଷୟିକ କୌଶଳ। ଏହା ହିଁ ପରିବର୍ତ୍ତନର ମାର୍ଗକୁ ଅଧିକ ସୁଗମ କରିଥାଏ।

ରାଜ୍ୟ ଶ୍ରମ ଓ ଇଏସ୍‌ଆଇ ବିଭାଗ ଦ୍ବାରା ଆରମ୍ଭ କରାଯାଇଥିବା ପରିଶ୍ରମ ପୋର୍ଟାଲ ଓ ୨୨ ପ୍ରକାର ସେବା ସ୍ବଚ୍ଛନ୍ଦ ବ୍ୟବସାୟ (Ease of Doing Business) ପାଇଁ ବିଶେଷ ସହାୟକ ହେବ। ଏହା ସହିତ ରାଜ୍ୟରେ ସାମଗ୍ରିକ ଶିଳ୍ପ ଅଭିବୃଦ୍ଧିରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ପୋର୍ଟାଲରେ ଜନସାଧାରଣଙ୍କ ନିମନ୍ତେ  ବିଭିନ୍ନ ଶ୍ରମ ଆଇନ ସଂପର୍କରେ ସୂଚନା ଉପଲବ୍‌ଧ ହେବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହାଦ୍ବାରା ବିଭିନ୍ନ ଶିଳ୍ପସଂସ୍ଥାନ, ବ୍ୟବସାୟିକ ପ୍ରତିଷ୍ଠାନ, କ୍ଷୁଦ୍ର ଉଦ୍ୟୋଗୀ ଓ ଜନସାଧାରଣ ଉପକୃତ ହେବେ। ଆଗାମୀ ଦିନରେ ଏହି ପୋର୍ଟାଲରେ ୫୨ ପ୍ରକାର ସେବା ଉପଲବ୍‌ଧ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶ୍ରମ ଓ କର୍ମଚାରୀ ବୀମା ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସେବା ମନୋବୃତ୍ତି ସହିତ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସେବା ଗୁଡିକୁ ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ କହିଥିଲେ ଯେ ଆଜିର ଏହି ନୂତନ ପୋର୍ଟାଲର ଉନ୍ମୋଚନ ଓ ଅନ୍‌ଲାଇନ ସେବା ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପିତ ଶିଳ୍ପସମୃଦ୍ଧ ଓଡିଶା ଗଠନରେ ସହାୟକ ହେବ। ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ବିଭାଗ ନିଷ୍ଫାର ସହ କାର୍ଯ୍ୟ କରୁଛି ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ବ୍ୟବସାୟିକ ପଦ୍ଧତିର ସରଳୀକରଣକୁ ପ୍ରୋତ୍ସାହିତ କରିବାପାଇଁ ୫-ଟି କାର୍ଯ୍ୟକ୍ରମରେ ଏହି ନୂତନ ପୋର୍ଟାଲକୁ ପ୍ରସ୍ତୁତ କରାଯାଇଛି।  ଆଜିର ଏହି ୨୨ଟି ଅନ୍‌ଲାଇନ ସେବା ରାଜ୍ୟର ଉଦ୍ୟୋଗୀ ମାନଙ୍କୁ ଅନ୍‌ଲାଇନ ଜରିଆରେ ପଞ୍ଜୀକରଣ ପ୍ରମାଣପତ୍ର, ଲାଇସେନ୍‌ସ, କାରଖାନାର ନୂତନ ନକ୍‌ସାର ଅନୁମୋଦନ, ଲାଇସେନ୍‌ସର ବଦଳିକରଣ, ବାଷ୍ପିତ୍ର ନିରୀକ୍ଷଣ ଓ ସାମୟିକ ନବୀକରଣ ଆଦି ଅନେକ ସୁବିଧା ମିଳିପାରିବ।  ଏଥିସହିତ ପୋର୍ଟାଲରୁ ବିଭାଗ ଅଧିନସ୍ଥ ଶ୍ରମ ଆଇନ ସହିତ ଫର୍ମ, ବିଭିନ୍ନ ସେବା ନିମନ୍ତେ ଆବେଦନ ପ୍ରକ୍ରିୟା ଓ  ପୈଠର ପରିମାଣ ସଂପର୍କରେ ସୂଚନା ମିଳିପାରିବ।

ଏହି କାର୍ଯ୍ୟକ୍ରମରେ ବିଭାଗୀୟ ପ୍ରମୁଖ ସଚିବ ଶ୍ରୀମତୀ ଚିତ୍ରା ଅରମୁଗମ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ କମିଶନର ଶ୍ରୀ ତିରୁମଲ୍ଲା ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପୋର୍ଟାଲ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ର ସତ୍ୟବ୍ରତ ସାହୁ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ, ଆ.ଟି ବିଭାଗର ସଚିବ ଶ୍ରୀ ମନୋଜ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

   Related Posts