Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା

19/04/2020 at 3:52 PM

ଭୁବନେଶ୍ବର୧୯/୪: ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଆଶଙ୍କା । ଏହି ସମୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ପବନର ବେଗ ସର୍ବାଧିକ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ । ବିଜୁଳି, ଘଡ଼ଘଡ଼ିର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲା  ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍  ଦେଇ ବାକି ଜିଲ୍ଲା ଗୁଡ଼ିକରେ ତାପମାତ୍ରା କମିବ । ଗତକାଲି ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲିଠୁ ୨୩ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମ୍ଭାବନା ରହିଛି ।

ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୫୦ କିଲୋମିଟର ମଧ୍ୟରେ ରହିବ। ତେବେ ଏହି କାଳବୈଶାଖୀ ଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରାରେ ସେପରି କୌଣସି ପ୍ରଭାବ ପଡ଼ିବ ନାହିଁ । ଗ୍ରୀଷ୍ମ ପ୍ରବାହ ବଢ଼ିବ, ତାପମାତ୍ରା ୪୦ କିମ୍ବା ତାଠାରୁ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

   Related Posts