Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲା : ହତ୍ୟା ଷଡଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

16/10/2021 at 10:43 AM

ଭୁବନେଶ୍ବର ୧୬।୧୦: ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ନୂଆ ମୋଡ । ୩ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଗିରଫ ଅଭିଯୁକ୍ତ ହେଲେ ଦୀନେଶ ମହାପାତ୍ର ଓରଫ ଲିଟୁ, ମୃତ୍ୟୁଞ୍ଜୟ ମିଶ୍ର ଓରଫ ମୁନା ଓ ଅମ୍ରିତ ବିଶ୍ବାଳ । ମନୀଷଙ୍କୁ ହତ୍ୟା ଷଡଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଶନିବାର ସମସ୍ତ ଗିରଫଙ୍କୁ କୋର୍ଟ ଚାଲାଣ କରାଯିବ । ଗତ ୧୦ ତାରିଖରେ ପାତ୍ରପଡା ସ୍ଥିତ ଏହ ପୋଖରୀରେ ମନୀଷଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର ହୋଇଥିଲା ।

ମନୀଷ ଅନୁରାଗ ମୃତ୍ୟୁ ଘଟଣାର ୩ ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ । ମନୀଷଙ୍କ ମୃତ୍ୟୁ ରହସ୍ୟ ଭେଦ କରିବାକୁ ୪ ଜଣଙ୍କୁ ଅଟକ ରଖି ମାରାଥନ୍ ଜେରା କରୁଥିଲା ସ୍ପେଶାଲ ସ୍କ୍ବାର୍ଡ । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଅଟକ ଥିବା ଅନ୍ୟ ଜଣଙ୍କୁ ପ୍ରମାଣ ଅଭାବରୁ ଛାଡିଛି ପୋଲିସ ।

ଏହି ମାମଲାକୁ କମିସନରେଟ୍ ପୋଲିସର ଇନଫୋସିଟି, ତମାଣ୍ଡୋ ଥାନା ପୋଲିସ ତଦନ୍ତ କରୁଥିବା ବେଳେ ସ୍ପେଶାଲ ସ୍କ୍ବାର୍ଡ ଏହି ମାମଲାକୁ ମନିଟରିଂ କରୁଛି । ପୋଲିସ ହାତରେ ଏହି ମାମଲାର ଅନେକ ସୁରାଗ ଲାଗିସାରିଲାଣି । ଏହା ଏକ ହତ୍ୟାକାଣ୍ଡ ବୋଲି ବୋଲି ସୂଚନା ମିଳୁଛି । ସେଦିନ ମନୀଷଙ୍କ ସହିତ ହୋଟେଲରେ ଦେଖାଯାଇଥିବା ୪ ଜଣଙ୍କୁ ପୋଲିସ ପଚରା ଉଚରା ଆପାତତଃ ଶେଷ କରିଛି । ଏହି ୪ ଜଣଙ୍କଠାରୁ ଅନେକ କିଛି ତଥ୍ୟ ପାଇଛି ତଦନ୍ତକାରୀ ଦଳ । ଯେଉଁଥିରେ ମନୀଷଙ୍କର କେମିତି ମୃତ୍ୟୁ ହେଲା ପୋଲିସ ଖୁବଶୀଘ୍ର ଖୁଲାସା କରିପାରେ ।

ମନୀଷ ସେଦିନ ରାତି କଟାଇଥିବା ସାଉଥ୍ ସିଟି ହୋଟେଲର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ହୋଟେଲ ଭିତରେ ଚାଲିଥିବା ନାଇଟ୍ ପାର୍ଟିରେ ଯୁବକ ଯୁବତୀମାନେ ନିଶାସକ୍ତ ଅବସ୍ଥାରେ ନାଚ ଗୀତରେ ମାତିଥିବା ଭିଡିଓରେ ଦେଖିବାକୁ ମିଳିଥିଲା । ଆଉ ନାଚୁଥିବା ଯୁବତୀମାନଙ୍କ ଉପରକୁ ଟଙ୍କା ଉଡାଉଥିଲେ କିଛି ଯୁବକ । ଗତ ଅଗଷ୍ଟ ମାସରେ ସାଉଥ୍ ସିଟି ହୋଟେଲରେ ଚାଲିଥିବା ଏଭଳି ପାର୍ଟିର ଦୃଶ୍ୟ ଭାଇରାଲ୍ ହୋଇଥିଲା । ପୋଲିସ ଏହି ହୋଟେଲକୁ ସିଲ୍ କରି ତଦନ୍ତ ଆରମ୍ଭ କରିଥିଲା । ହୋଟେଲ କର୍ମଚାରୀଙ୍କୁ ଅଟକ ରଖି ଜେରା କରିଥିଲା ପୋଲିସ ।

   Related Posts