Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୩ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ, ୧୦ ହଜାର ଟଙ୍କା ଜରିମାନା

5/10/2021 at 5:09 PM

ସୁନ୍ଦରଗଡ ୫।୧୦: ତିନି ଜଣ ଦୁଷ୍କର୍ମ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ ସୁନ୍ଦରଗଡ ସ୍ଵତନ୍ତ୍ର ପୋକ୍ସୋ ଅଦାଲତ । ୨୦୧୫ରେ ସୁନ୍ଦରଗଡ ରଘୁନାଥପାଲ୍ଲୀ ଥାନା ଅନ୍ତର୍ଗତ ଗାଡ଼ିଆଟୋଲାଠାରେ ଜଣେ ନାବାଳିକାଙ୍କୁ ସେହି ଗ୍ରାମର ତିନି ଜଣ ଯୁବକ ଜୋର ଜବରଦସ୍ତ ଟେକି ନେଇ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଥିଲା । ଏହାର ତଦନ୍ତ ଆରମ୍ଭ କରିବା ସହ ତିନି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୋଲିସ । ମାମଲାର ଶୁଣାଣି କରି ସୁନ୍ଦରଗଡ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଏହି ରାୟ ଶୁଣାଇଛନ୍ତି ।

ଅଦାଲତ ଆଦେଶ ଅନୁସାରେ, ତିନି ଅଭିଯୁକ୍ତ ଶିବୁ କୁମାର ଓରାମ, ଗଣେଶ ସଂଦିଲ ଓ ଅଜିତ କୁମାର ପଣ୍ଡାଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଆର୍ଥିକ ଦଣ୍ଡରେ ଦଣ୍ଡିତ କରିଛନ୍ତି । ଅର୍ଥ ଅନାଦେୟ ଏକ ବର୍ଷର ଅଧିକ କାରାଦଣ୍ଡ ଭୋଗିବାକୁ ପଡିବ । ଏହି ଜରିମାନା ଅର୍ଥ ପୀଡ଼ିତାକୁ ପ୍ରଦାନ କରାଯିବା ସହ ରାଜ୍ୟ ତରଫରୁ ୭ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ମଧ୍ୟ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି ।

୨୦୧୪ରେ ସୁନ୍ଦରଗଡ଼ ଜିଲ୍ଲା ଟାଙ୍ଗରପାଲି ଥାନା ଅନ୍ତର୍ଗତ ଇଲେକ୍ଟ୍ରିକ୍ କଲୋନୀରେ ୯ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ କରି ଗିରଫ ହୋଇଥିଲା ଅଭିଯୁକ୍ତ କାହ୍ନ ବିନ୍ଧାଣି । ଅନ୍ୟ ଏକ ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି ସ୍ବତନ୍ତ୍ର ପୋକ୍ସୋ ଅଦାଲତ।

   Related Posts