ମହିଳାଙ୍କୁ ଗଣ ଦୁଷ୍କର୍ମ ଅଭିଯୋଗରେ ୩ ଜଣଙ୍କୁ ଗିରଫ କଲା ପୋଲିସ

Published By : Prameya-News7 Bureau | October 03, 2019 IST

ଢେଙ୍କାନାଳ ୩।୧୦: ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ଗଣଦୁଷ୍କର୍ମ କରିବା ଅଭିଯୋଗରେ ୪ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ମୋଟଙ୍ଗା ଥାନା ଅନ୍ତର୍ଗତ ନୟାଭାଗିରଥିପୁରର ବାମନ ନାୟକ, ପତଳା ଗାଁର ଟୁବୁଲା ସ୍ବାଇଁ ଓ ରଞ୍ଜାସିଂହା ଗାଁର ସତୁରା ସାହୁ ।

ସୂଚନାଯୋଗ୍ୟ ଯେ, ଗତ ମଙ୍ଗଳବାର ରାତିରେ ୩ ଅଭିଯୁକ୍ତ ମୋଟଙ୍ଗା ଥାନା ଅଞ୍ଚଳରେ ଘରେ ପଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ପୀଡିତା ମହିଳା ଏ ନେଇ ଗତକାଲି ଥାନାରେ ଅଭିଯୋଗ କରିବା ପରେ ପୋଲିସ ମାମଲା ରୁଜୁ କରି ସେମାନଙ୍କୁ ଗିରଫ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.