Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ବାଲି ଖାଦାନ ନିକଟରେ ଜେସିବି ଚଢାଇ ଯୁବକଙ୍କୁ ହତ୍ୟା ଘଟଣା : ୩ ଅଭିଯୁକ୍ତ ଗିରଫ

11/01/2020 at 11:57 AM

ମୋରଡା ୧୧।୧: ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଧିନ ରାମଚନ୍ଦ୍ରପୁର ବାଲି ଖାଦାନ ଯୁବକଙ୍କୁ ବାଲି ମାଫିଆମାନେ ଜେସିବି ଚଢାଇ ହତ୍ୟା କରିବା ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଛି ।

ଗିରଫ ଅଭିଯୁକ୍ତମାନେ ହେଲେ ଖାଦାନ ନିଲାମଧାରୀ ମନୋଜ ଘୋଷ, ସହଯୋଗୀ ଅଶ୍ବିନୀ କାଷ୍ଠ ଓରଫ କୁନା କାଷ୍ଠ ଓ ଜେସିବି ଡ୍ରାଇଭର ମଣ୍ଟୁ ବେହେରା । ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି । ଏଥିସହ ହତ୍ୟାକାଣ୍ଡରେ ବ୍ୟବହୃତ ଜେସିବି ମେସିନକୁ ଜବତ କରିଛି ।

ତେବେ ରାମଚନ୍ଦ୍ରପୁର ଗ୍ରାମର ମିଣ୍ଟୁ ତରେଇଙ୍କୁ ବାଲି ମାଫିଆମାନେ ବୁଧବାର ରାତିରେ ଜେସିବି ଚଢାଇ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା । ବେଆଇନ ବାଲି ଚାଲାଣକୁ ବିରୋଧ କରିବାରୁ ମିଣ୍ଟୁଙ୍କୁ ହତ୍ୟା କରିଥିଲେ ଦୁର୍ବୃତ୍ତ । ଅପରାଧୀଙ୍କ ଗିରଫ ଦାବିରେ ସ୍ଥାନୀୟ ଜନସାଧାରଣ ମୃତଦେହକୁ ରଖି ରାସ୍ତାରୋକ କରିଥିଲେ ।

   Related Posts