Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ନିର୍ମାଣଧୀନ ଘର ଭିତରେ ପସିଲେ ମା’ ଭାଲୁ ସହ ଦୁଇ ଛୁଆ, ଲୋକେ ଆତଙ୍କିତ

31/07/2021 at 2:29 PM

ନବରଙ୍ଗପୁର ୩୧।୭: ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ୍ ଅଣ୍ଟାସର ଗାଁରେ ଭାଲୁ ଆତଙ୍କ । ଏକ ନିର୍ମାଣଧୀନ ଘର ଭିତରେ ପଶିଛନ୍ତି ତିନୋଟି ଭାଲୁ ।  ମା’ ଭାଲୁ ସହ ଦୁଇ ଛୁଆ ଭାଲୁ ରହିଥିବା ବେଳେ ଏହାକୁ ନେଇ ଲୋକେ ଆତଙ୍କିତ ହୋଇପଡିଛନ୍ତି । ରାସ୍ତା କଡରେ ଘରଟି ଥିବାରୁ ସେହି ରାସ୍ତା ଦେଇ ଲୋକଙ୍କ ଯାତାୟତ ରହିଛି । ତେଣୁ ସମସ୍ତେ ଭୟଭୀତ ହୋଇପଡିଛନ୍ତି । ଖବର ପାଇ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛନ୍ତି ।

ଭାଲୁମାନେ ଏ ପର୍ଯ୍ୟନ୍ତ କାହାକୁ କୌଣସି କ୍ଷତି ପହଞ୍ଚାଇ ନଥିବାବେଳେ ଗାଁ ଲୋକେ କିନ୍ତୁ ଭୟଭୀତ ଅଛନ୍ତି । ଗାଁ ନିକଟରେ ଜଙ୍ଗଲ ଥିବାବେଳେ ସବୁବେଳେ ଭାଲୁମାନଙ୍କ ଚଳପ୍ରଚଳ ରହୁଥାଏ । ଶନିବାର ସକାଳୁ ୩ଟି ଭାଲୁ ଏକ ନିର୍ମାଣଧିନ ଗୃହ ଭିତରେ ପଶିଥିବା ଗାଁ ଲୋକେ ଦେଖିଥିଲେ । ଏହାପରେ ଘଟଣାସ୍ଥଳରେ ଭାଲୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଲାଗିବାରୁ ଭାଲୁମାନେ ଆଉ ଘରୁ ବାହାରିପାରୁନଥିବା ବେଳେ ବନ ବିଭାଗ କର୍ମଚାରୀମାନେ ଭାଲୁମାନଙ୍କୁ ଘଉଡାଇବା ପାଇଁ ଚେଷ୍ଟା ଜାରି ରହିଛନ୍ତି । ତୁରନ୍ତ ଭାଲୁମାନଙ୍କୁ ସେ ଘରୁ ଘଉଡାଇବାକୁ ବନ ବିଭାଗକୁ ଗ୍ରାମବାସୀ ଅନୁରୋଧ କରିଛନ୍ତି ।

   Related Posts