ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ବିଜେଡିର ଚାରି ନେତା କରୋନା ପଜିଟିଭ୍, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | May 08, 2021 IST

ଭୁବନେଶ୍ଵର ୦୮।୦୫: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଉଦ୍‌ବେଗଜନକ ଭାବେ ବଢିବାରେ ଲାଗିଛି। ସଂକ୍ରମିତଙ୍କ ସଂଖ୍ୟାରେ ନେତା, ମନ୍ତ୍ରୀ ଏବଂ ବିଧାୟକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହି କ୍ରମରେ ଶାସକ ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଚାରି ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଟ୍ଵିଟ୍ କରି ଏହାର ସୂଚନା ଦେଇଛନ୍ତି।

wp:html /wp:html wp:html /wp:html

ଦଳର ବରିଷ୍ଠ ନେତା ତଥା ପଞ୍ଚାୟତିରାଜ ଏବଂ ଆଇନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ, ବିଧାୟକ ରଘୁନାଥ ଗମାଙ୍ଗ ଓ ଦଳର ବରିଷ୍ଠ ନେତା ତଥା ବିଧାୟକ ପ୍ରଫୁଲ୍ଲ ସାମଲ କୋଭିଡ୍ ସଂକ୍ରମିତ ହୋଇଛନ୍ତି। ସମସ୍ତଙ୍କ ଉତ୍ତମ ସ୍ଵାସ୍ଥ୍ୟ ଓ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜୟଶ୍ରୀ ରାଉତରାୟ କୋଭିଡ୍ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ ବର୍ଷ ମଧ୍ୟ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ ହୋଇଥିଲେ।  ପ୍ରଫୁଲ ସାମଲ ହୋମ ଆଇସୋଲେସନରେ ରହିଥିବା ସୂଚନା ମିଳିଛି।

wp:html /wp:html wp:html /wp:html

ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ ହୋଇ ଭୁବନେଶ୍ଵର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ସ୍ଥପତି ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି। ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୧୧୮୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୪୨୦୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.