ଭୁବନେଶ୍ୱର ୧୬।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୨୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:html2.A 49 years old Female of Puri District who was also suffering from Diabetes Mellitus, Hypertension & Asthma.
— H & FW Dept Odisha (@HFWOdisha) October 16, 2021
3.A 80 years old Male of Sundargarh District.
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୬୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୧୧୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୦୦୬୦୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।