ଭୁବନେଶ୍ୱର ୨୫।୧୦ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୨୫ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) October 25, 2021
1.A 76 years old Male of Bhadrak District who was also suffering from Diabetes Mellitus & Hypertension.
ମୃତକଙ୍କ ମଧ୍ୟରେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୮୫୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।