ଭୁବନେଶ୍ୱର ୦୭।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୩୧୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
{"id":539885,"sizeSlug":"full","linkDestination":"none"}ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୦୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୧୮୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୪୧୧୨୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।