Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଜମିବାଡି ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ : ୩ ଗୁରୁତର, ୨ ନାବାଳକ ଆହତ

18/05/2021 at 11:21 AM

ତେଲକୋଇ ୧୮।୫: ଜମିବାଡ଼ି ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ । ତିନି ଗୁରୁତର ଦୁଇ ନାବାଳକ ଆହତ । ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ବିମଳା ପଞ୍ଚାୟତ ଝାରବେଡା ଗାଁରେ ।

ସୂଚନାଯୋଗ୍ୟ ଯେ, ଘରଡିହ ଜାଗାକୁ ନେଇ ଆଜି ସକାଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ସୃଷ୍ଟି ହୋଇଥିଲା । ଶଶୀ ନାୟକ ଓ କାଶୀନାଥ ମୁଖୀଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ଆରମ୍ଭ ହୋଇଥିବା ବେଳେ ଶଶୀ ନାୟକଙ୍କ ପରିବାର ଟାଙ୍ଗିଆ ସାହାଯ୍ୟରେ କାଶୀନାଥଙ୍କ ପରିବାର ଉପରେ ଆକ୍ରମଣ କରିଥିଲେ । ଏଥିରେ କାଶୀଙ୍କ ପରିବାରର ୩ ଜଣ ଗୁରୁତର ହୋଇଥିବା ବେଳେ ଜଣେ ୧୪ ବର୍ଷର ନାବାଳକ ଓ ଜଣେ ୧୬ ବର୍ଷର ନାବାଳିକା ଆହାତ ହୋଇଛନ୍ତି । ସମସ୍ତ ଗୁରୁତର ଓ ଆହତଙ୍କୁ ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଏନେଇ ଥାନାରେ ଅଭିଯୋଗ ପରେ ଘଟଣାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts