କରୋନା ସ୍ଥିତି ସଙ୍ଗୀନ, ନବରଙ୍ଗପୁର ଜିଲ୍ଲା ୩ ଦିନ ସଟ୍‌ଡାଉନ୍

Published By : Prameya-News7 Bureau | August 07, 2020 IST

ନବରଙ୍ଗପୁର ୭।୮: ସଙ୍ଗୀନ ରହିଛି କରୋନା ସ୍ଥିତି । ପରିସ୍ଥିତିକୁ ନିୟନ୍ତ୍ରଣ ଆଣିବା ପାଇଁ ବିଭିନ୍ନ ପ୍ରକାରର ପଦକ୍ଷେପ ନିଆଯାଉଛି । ତେବେ କରୋନା ସ୍ଥିତି ନିୟନ୍ତ୍ରଣ ଲାଗି ନବରଙ୍ଗପୁର ଜିଲ୍ଲା ପ୍ରଶାସନ ନେଇଛି କଡା ପଦକ୍ଷେପ । ଜିଲ୍ଲାକୁ ପୁଣି ଥରେ ୩ ଦିନ ସଟଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ । ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ ।

ଆସନ୍ତାକାଲିଠାରୁ ସୋମବାର ମଧ୍ୟରାତ୍ର ପର୍ଯ୍ୟନ୍ତ ସଟଡାଉନ କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଡଃ. ଅଜିତ ମିଶ୍ର ଏହି ଘୋଷଣା କରିଛନ୍ତି । ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ସଟଡାଉନ ଗାଇଡଲାଇନ୍ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.