Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ମର୍ମନ୍ତୁଦ ଦୁର୍ଘଟଣା : ସ୍କୁଟି ସହ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ ଓ ଜଣେ ଗୁରୁତର

14/06/2019 at 3:49 PM

ବାଲେଶ୍ବର ୧୪|୬: ବାଲେଶ୍ବର ଚାନ୍ଦିପୁର ରାସ୍ତା ଗଛମାଳିଆ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ବାଇକ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣଙ୍କର ମୃତ୍ୟୁ ହୋଇଛି । ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ଚାନ୍ଦପୁର ଯିବା ସମୟରେ ବାଇକ୍ ସହ ସ୍କୁଟି ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ଫଳରେ ବାଇକ୍ ରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସ୍କୁଟିରେ ଥିବା ଜଣଙ୍କର ମୃତ୍ୟୁ ହୋଇଛି । ସ୍କୁଟିରେ ଥିବା ଅନ୍ୟ ଜଣେ ଗୁରୁତର ହୋଇ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ତେବେ ତାଙ୍କ ଅବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି । ମୃତକ ମାନଙ୍କ ମଧ୍ୟରେ ଭକ୍ତବନ୍ଧୁ ସିଂ ରହିଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ପରିଚୟ ମିଲିପାରିନାହିଁ । ଗୁରୁତର ହେଉଛନ୍ତି ସଦାନନ୍ଦ ଦାସ । ତେବେ ବାଇକ୍ ର ଗତି ଅଧିକ ଥିବାରୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି ।

   Related Posts