Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

କମ୍ୟୁନିଟି ସେଣ୍ଟର ଗୃହ ନିର୍ମାଣକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୩ ଗୁରୁତର

29/12/2020 at 11:22 AM

ଚାନ୍ଦବାଲି ୨୯।୧୨: ବାଂଶଡା ଥାନା ଯଶୀପୁର ପଞ୍ଚାୟତରେ କମ୍ୟୁନିଟି ସେଣ୍ଟର ଗୃହ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଫଳରେ ୩ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ବାଂଶଡା ପୋଲିସ ଉଦ୍ଧାର କରି ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରିଛି ।

ସୂଚନାଯୋଗ୍ୟ ଯେ, ବାଂଶଡା ଥାନା ଅନ୍ତର୍ଗତ ଯଶୀପୁର ପଞ୍ଚାୟତର ଶୁଭଦିଆ ଗାଁରେ ଏକ କମ୍ୟୁନିଟି ସେଣ୍ଟର ନିର୍ମାଣ କାର୍ଯ୍ୟକୁ ନେଇ କିଛି ଦିନ ହେବ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ସହ ବିବାଦ ଦେଖାଦେଇଥିଲା । ଗୋଟିଏ ଗୋଷ୍ଠୀର ଲୋକମାନେ ସଂଘବଧ ଭାବେ ଅନ୍ୟ ଗୋଟିଏ ଗୋଷ୍ଠୀ ଉପରେ ଅକ୍ରମଣ କରିବାରୁ ୩ ଜଣ ଗୁରୁତର ହୋଇଥିଲେ । ସେମାନଙ୍କୁ ବାଂଶଡା ପୋଲିସ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା । ପରେ ସେମାନଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ଭଦ୍ରକ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରେ ଜଣେ ଅଙ୍ଗନବାଡୀ କର୍ମୀ ଓ ତାଙ୍କ ପରିବାରର ଅନ୍ୟ ୨ ଜଣ ବୋଲି ସୂଚନା ମିଳିଛି ।

   Related Posts