Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଆମ୍ବୁଲାନ୍ସ ସହ ଟ୍ରକ୍ ମୁହାଁମୁହିଁ ଧକ୍କା ; ୩ ଗୁରୁତର

21/01/2019 at 8:40 AM

ନୟାଗଡ ୨୧|୧:  ନୟାଗଡ଼ ଜିଲ୍ଲା ଦଶପଲ୍ଲା କୁଆଁରିଆ ଛକରେ ୧୦୮ ଆମ୍ବୁଲାନ୍ସ ସହିତ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଆମ୍ବୁଲାନ୍ସର ୩ ଜଣ କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ ଦୁର୍ଘଟଣାଗ୍ରସ୍ତ ଜଣେ ବାଇକ୍  ଆରୋହୀଙ୍କୁ ଡାକ୍ତରଖାନାକୁ ଆଣିବାକୁ ଆମ୍ବୁଲାନ୍ସଟି ଯାଉଥିବା ବେଳ ଏହି ଦୁର୍ଘଟଣା ଘଟିଛି। ରାତି ପ୍ରାୟ ୧ଟା ବେଳେ କୁଆଁରିଆ ଟୋଲ ଗେଟ୍  ନିକଟରେ ଜଣେ ବାଇକ ଆରୋହୀ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଏ ସମ୍ପର୍କରେ ସୂଚନା ପାଇ ମଧ୍ୟଖଣ୍ଡଠାରେ ଥିବା ୧୦୮ ଆମ୍ବୁଲାନ୍ସଟିରେ ୩ ଜଣ କର୍ମଚାରୀ ଆହତଙ୍କୁ ଡାକ୍ତରଖାନାକୁ ଆଣିବାକୁ ଯାଉଥିଲେ। ମାତ୍ର ଆମ୍ବୁଲାନ୍ସଟି କୁଆଁରିଆ ଛକ ନିକଟରେ ପହଞ୍ଚିବାର ଅଳ୍ପ ପୂର୍ବରୁ ଏକ ଟ୍ରକ୍  ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। କୁହୁଡି ଯୋଗୁଁ ଦୁର୍ଘଟଣା ଘଟିଥିବା କୁହା ଯାଉଛି ।  ଫଳରେ ୧୦୮ ଆମ୍ବୁଲାନ୍ସର କର୍ମଚାରୀମନେ ଆହତ ହୋଇଥିଲେ। ସେମାନଙ୍କୁ ମଧ୍ୟ ଉଦ୍ଧାର କରାଯାଇ ପ୍ରଥମେ ଦଶପଲ୍ଲା ଡାକ୍ତଖାନା ଓ ପରେ ଅବସ୍ଥା ଗୁରୁତର ହେବାରୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

   Related Posts