Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ସନ୍ଧ୍ୟାରେ ଦିଲ୍ଲୀ ପହଞ୍ଚିବ ସିଡିଏସ୍ ବିପିନ ରାୱତଙ୍କ ମରଶରୀର, ମୋଦୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ଦେବେ ଶ୍ରଦ୍ଧାଞ୍ଜଳୀ
  • ||
  • ଭଞ୍ଜନଗର : ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ହେଲା ଲାଲସିଙ୍ଗି ପଞ୍ଚାୟତର କିଛି ଅଞ୍ଚଳ, କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ପଦକ୍ଷେପ
  • ||
  • ଭୁବନେଶ୍ବର : ବିଧାନସଭା ପରେ ସମସ୍ତଙ୍କର ହେବ RTPCR ଟେଷ୍ଟ : ବାଚସ୍ପତି
  • ||
  • ଭୁବନେଶ୍ବର : ମହାନଦୀରେ କମିଛି ଜଳ ପ୍ରବାହ, ୫୧୬ ଚେକ୍ ଡ୍ୟାମ୍ କରିଛି ଛତିଶଗଡ : ଜଳସମ୍ପଦ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତାକୁ ନ୍ୟାୟ ଦେବାକୁ ବିଜେପିର ଦାବି : ବ୍ୟାରିକେଟ୍ ଭାଙ୍ଗି ବିଧାନସଭା ଘେରାଉ ଉଦ୍ୟମ ବେଳେ ଧସ୍ତାଧସ୍ତି, ପୋଲିସର ଲାଠିଚାର୍ଜ
  • ||
  • ଜୟପୁର : ଜୟପୁର ଏସଡିଜେଏମ୍ କୋର୍ଟରେ NIAର ୨ ଜଣିଆ ଟିମ୍, ମାଓ ନେତା ଦୁବାସୀ ଶଙ୍କରକୁ ପଚରାଉଚରା ପାଇଁ ଲୋଡିଲେ ଅନୁମତି
  • ||
  • ଭୁବନେଶ୍ବର : ବିଜେଡି ଓ ବିଜେପି ବିକ୍ଷୋଭ ପ୍ରସଙ୍ଗ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ କହିଲେ- ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ବ
  • ||
  • ଟାଙ୍ଗୀ : କେନ୍ଦୁଆ ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ବଡବିଲ : ଶନି ମନ୍ଦିରରୁ ଲୁଟ୍, ଦାନ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • ନିଶ୍ଚିନ୍ତକୋଇଲି : ଛେଳି ଚୋରକୁ ଛେଚିଲେ ଗାଁ ଲୋକେ, ପୋଲିସର ଜିମାଦେଲେ
  • ||

ଟ୍ରେଲର-ମିନିଟ୍ରକ୍ ମୁହାଁମୁହିଁ ଧକ୍କା, ଉଭୟ ଗାଡିର ଡ୍ରାଇଭର ସମେତ ୩ ଆହତ

15/05/2020 at 8:55 AM

ଅନୁଗୋଳ ୧୫।୫:  ୫୫ ନମ୍ବର ଜାତୀୟ ରାଜପଥର ଅନୁଗୋଳ ଥାନା ମୂଷାପାପୁଲି ନିକଟରେ ଏକ ଟ୍ରେଲର ଓ ମିନିଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଉଭୟ ଗାଡ଼ିର ଚାଳକଙ୍କ ସମେତ ତିନି ଜଣ ଆହତ ହୋଇଛନ୍ତି । ଗୁରୁବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଅଭିମୁଖେ ଟ୍ରେଲର ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ମିନିଟ୍ରକ୍‌ ଭାରସାମ୍ୟ ହରାଇ ପିଟି ହୋଇଥିଲା । ଏଥିରେ ଟ୍ରେଲର୍ ଚାଳକ ମୁନା ଯାଦବ ଓ ସହଯୋଗୀ ଇଜ୍ରାଏଲ୍‌ ଖାନ୍‌ ଆହତ ହୋଇଥିଲେ । ସେହିପରି ମିନିଟ୍ରକ୍‌ ଚାଳକ ଗାଡ଼ି ଭିତରେ ଚାପି ହୋଇ ରହିଥିଲେ । ପୋଲିସ ପହଞ୍ଚିବା ପୂର୍ବରୁ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରିଥିଲେ । ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।

   Related Posts