Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର

27/10/2021 at 2:48 PM

ତେଲକୋଇ ୨୭।୧୦: କେନ୍ଦୁଝର କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଦୁର୍ଘଟଣା ଫଳରେ ୫ବର୍ଷର ଶିଶୁ ସମେତ ୩ ଜଣ ଗୁରୁତର ହୋଇଛନ୍ତି । କାଞ୍ଜିପାଣିକୁ ମେଡିକାଲରେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଇ ତେଲକୋଇ ଥାନା ଅନ୍ତର୍ଗତ ପିଟାନାଳି ଗାଁକୁ ଫେରୁଥିବା ବେଳେ କାଞ୍ଜିପାଣି କୁସୁମ ଘାଟିରେ ଦୁର୍ଘଟଣା ଘଟିଛି ।

ଭାରସ୍ୟାମ ହରାଇ ରାସ୍ତା କଡ ଗାର୍ଡଓ୍ବାଲରେ ଅଟୋଟି ପିଟି ହୋଇଯାଇଥିଲା । ଫଳରେ ୫ବର୍ଷର ଶିଶୁ ଜିତେନ୍ଦ୍ର ଜୁଆଙ୍ଗଙ୍କ ସହ ଡ୍ରାଇଭର ବଳରାମ ଜୁଆଙ୍ଗ ଓ ଅନ୍ୟ ଜଣେ ଗୁରୁତର ହୋଇଥିଲେ ।  ସମସ୍ତ  ଗୁରୁତରଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରି ତେଲକୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନହେବାରୁ ସେମାନଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

   Related Posts